ଯାଜପୁର: ଆଜି ସାରା ଦେଶରେ ପାଳନ ହୋଇଛି ୭୪ତମ ସ୍ୱାଧୀନତା ଦିବସ । ଏହି ଅବସରରେ ଯାଜପୁର ଜିଲ୍ଲା ହକି ଷ୍ଟାଡିଅମରେ ଜିଲ୍ଲାସ୍ତରୀୟ ଜାତୀୟ ପତାକା ଉତ୍ତୋଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ମନ୍ତ୍ରୀ ଏଠାରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଗଣଶିକ୍ଷା ମନ୍ତ୍ରୀ ଜିଲ୍ଲାବାସୀଙ୍କୁ ଅଭିଭାଷଣ ଦେବା ସହ କରୋନା ଯୋଦ୍ଧାମାନଙ୍କ ପ୍ରତି କୃତଜ୍ଞତା ଜ୍ଞାପନ କରିଛନ୍ତି । ସାମାଜିକ ଦୂରତାକୁ ଗୁରୁତ୍ବ ଦେଇ ଏହି ଉତ୍ସବ ପାଳନ କରାଯାଇଥିବା ସୂଚନା ।
ଏହାସହ ଜିଲ୍ଲାର ଅନ୍ୟ ସମସ୍ତ ସରକାରୀ କାର୍ଯ୍ୟାଳୟରେ ଜାତୀୟ ପତାକା ଉତ୍ତୋଳନ କରାଯାଇଛି । ଯାଜପୁରର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜିଲ୍ଲାପାଳ ରଞ୍ଜନ କୁମାର ଦାସଙ୍କ ଜାତୀୟ ପତାକା ଉତ୍ତୋଳନ କରିଥିଲେ।ଉତ୍ତୋଳନ ସମୟରେ ଯାଜପୁର ଅତିରିକ୍ତ ଜିଲ୍ଲାପାଳ ମିହିରି ପ୍ରସାଦ ମହାନ୍ତି, ଜିଲ୍ଲା ସୂଚନା ଅଧିକାରୀ ସନ୍ତୋଷ କୁମାର ସେଠୀ ଏବଂ ଜିଲ୍ଲାର ସମସ୍ତ ଅଧିକାରୀ ଯୋଗଦାନ ଦେଇଥିଲେ ।
ଅନ୍ୟପଟେ କନ୍ଧମାଳରେ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ଉତ୍ସବ ପାଳନ ଅବସରରେ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ମୁଖ୍ୟ ଅତିଥି ଭାବେ ଜିଗ ଦେଇ କରାେନା ଯୋଦ୍ଧା ମାନଙ୍କୁ ସମ୍ମାନିତ କରିଛନ୍ତି।
Comments are closed.