Latest Odisha News

BREAKING NEWS

ଶ୍ରୀମନ୍ଦିରରେ ଦଶହରାର ସ୍ୱତନ୍ତ୍ର ନୀତି

ପୁରୀ : ଆଜି ଦଶହରାରେ ସବୁଠି ଚାଲିଛି ପୂଜାର୍ଚ୍ଚନା । ସେହିଭଳି ଶ୍ରୀମନ୍ଦିରରେ ଦଶହରାରେ ଶ୍ରୀଜଗନ୍ନାଥ, ଶ୍ରୀ ବଳଭଦ୍ର, ଦେବୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କ ସୁନାବେଶ ଅନୁଷ୍ଠିତ ହୋଇଛି । ତେବେ ପ୍ରତିବର୍ଷ ଭକ୍ତମାନେ ମହାପ୍ରଭୁଙ୍କ ଏହି ମହାର୍ଘ ସୁନାବେଶ ଦର୍ଶନ କରୁଥିବା ବେଳେ ଚଳିତବର୍ଷ କୋଭିଡ କଟକଣା ଯୋଗୁ ଶ୍ରୀମନ୍ଦିର ବନ୍ଦ ଥିବାରୁ ଭକ୍ତମାନେ ମହାପ୍ରଭୁଙ୍କ ଏହି ବେଶ ଦର୍ଶନରୁ ବଂଚିତ ହୋଇଛନ୍ତି ।

ଦଶହରା ପାଇଁ ଶ୍ରୀମନ୍ଦିରରେ ଆୟୁଧ ପୂଜାନୀତି କରାଯାଇଥିଲା । ଏହି ଅବସରରେ ଶ୍ରୀଜୀଉଙ୍କ ଅବକାଶ ନୀତି ଶେଷ ହେବା ପରେ ତଡ଼ପଲାଗି ଓ ଉତ୍ତରୀୟ ମଇଲମ ହୋଇ ତିନିବାଡ଼ରେ ଚନ୍ଦନ ଲାଗି ଓ ନୂଆଲୁଗା ଲାଗି ହୋଇ ଶ୍ରୀଜୀଉମାନଙ୍କୁ ସୁନାବେଶରେ ସଜ୍ଜିତ କରାଯାଇଥିଲା । ଏହି ବେଶରେ ପାଞ୍ଚଖଣ୍ଡ ଆଜ୍ଞାମାଳ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି କରାଯାଇଥିଲା ।

ଆଜି ସକାଳଧୂପ ସରିବା ପରେ ଆୟୁଧମାନଙ୍କୁ ମହାସ୍ନାନ ପୂର୍ବକ ବରୁଣ ପୂଜା କରାଯିବ । ମେକାପ ତିନଟି ରୂପାଥାଳିରେ ଆୟୁଧ ରଖି ତଳୁଛ ଓ ପ୍ରଧାନୀ ସେବାୟତଙ୍କ ସହ ତିନିଥର ବଡ଼ଦେଉଳକୁ ପରିକ୍ରମା କରିବ   ।  ପରେ ପୁଷ୍ପାଳକ ବଳଭଦ୍ରଙ୍କ ବାଡ଼ରେ ହଳ ମୁଷଳ, ସୁଭଦ୍ରାଙ୍କ ବାଡ଼ରେ ସୁବର୍ଣ୍ଣ ତଡକୀ ଓ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ରେ ଶଙ୍ଖ ଚକ୍ର ଆୟୁଧ ଲାଗି କରିବେ |

Leave A Reply

Your email address will not be published.