ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ବଡ଼ ଧରଣର ଭୂକଂପ ଝଟକା । ଦିଲ୍ଲୀ ଏନସିଆର ଅଞ୍ଚଳରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ତୀବ୍ରତା ୪.୦ ରହିଛି। ଭୂମିକମ୍ପ ଯୋଗୁଁ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି।
ଧୋଲାକୁଆଁ ନିକଟରେ ଥିଲା ଭୂକମ୍ପର କେନ୍ଦ୍ରସ୍ଥଳ। ଆଜି ସକାଳ ୫ଟା ୩୫ରେ ଭୂମିକମ୍ପ ହୋଇଥିଲା। ଦିଲ୍ଲୀ ସମେତ ଉତ୍ତରପ୍ରଦଦେଶ, ବିହାର ଓ ହରିୟାଣାରେ ମଧ୍ୟ ଭୂକମ୍ପ ଝଟକା ଲାଗିଥିଲା। ଭୟରେ ଘରୁ ବାହାରକୁ ବାହାରି ଆସିଥିଲେ ଲୋକ।
ସୂଚନା ଥାଉ କି କିଛି ଦିନ ପୂର୍ବରୁ ଭୂକମ୍ପରେ ଥରିଥିଲା ମିଆଁମାର । ମିଆଁମାରରେ ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଥିଲା । ରିକ୍ଟର ସ୍କେଲରେ ତୀବ୍ରତା ୪.୮ ଥିଲା । ବିଳମ୍ବିତ ରାତିରେ ଭୂକମ୍ପର ଝଟକା ଅନୁଭୂତ ହୋଇଥିଲା । ତେବେ ବଡ଼ ଧରଣର ଭୂକମ୍ପ ହୋଇଥିଲେ ମଧ୍ୟ କ୍ଷୟକ୍ଷତି ନେଇ ସବିଶେଷ ତଥ୍ୟ ମିଳି ନଥିଲା ।
Comments are closed.