Latest Odisha News

BREAKING NEWS

ଖୋର୍ଦ୍ଧା ଓ ବ୍ରହ୍ମପୁରରେ ନିଯୁକ୍ତ ହେଲେ ଦୁଇ ନୂଆ ଏସପି

ଭୁବନେଶ୍ୱର: ଓଡ଼ିଶାରେ ସାଧାରଣ ଓ ବିଧାନସଭା ନିର୍ବାଚନ ସମ୍ପର୍କିତ ଆଇପିଏସ ଅଫିସର ବଦଳ ପ୍ରକ୍ରିୟା ସ୍ୱରୂପ ନିର୍ବାଚନ କମିଶନ ଆଇପିଏସ ସାର୍ଥକ ଷଡ଼ଙ୍ଗୀଙ୍କୁ ବ୍ରହ୍ମପୁରର ନୂଆ ଏସପି ଭାବେ ନିଯୁକ୍ତ ଦେଇଛନ୍ତି। ସେ ଶ୍ରବଣ ବିବେକ ଏମ୍. ଙ୍କ ସ୍ଥାନରେ ବ୍ରହ୍ମପୁର ଏସପି ଭାବେ ନିଯୁକ୍ତ ହୋଇଛନ୍ତି। ଅବିନାଶ କୁମାରଙ୍କୁ ଖୋର୍ଦ୍ଧା ଜିଲ୍ଲା ଏସପି ଭାବେ ନିଯୁକ୍ତି ଦିଆଯାଇଛି। ଏ ନେଇ ନିର୍ବାଚନ କମିଶନଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ଉଭୟ ହେଉଛନ୍ତି ୨୦୦୭ ମସିହା ବ୍ୟାଚର। ରାଜ୍ୟ ସରକାର ଏମାନଙ୍କୁ ତୁରନ୍ତ ନୂଆ କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚନକୁ ଦୃଷ୍ଟିରେ ରଖି ଏହି ଦୁଇ ଜିଲ୍ଲାର ଏସପି ବଦଳାଇବା ପାଇଁ ନିର୍ବାଚନ କମିଶନର ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସେହି ଅନୁସାରେ ରାଜ୍ୟ ସରକାର ସେମାନଙ୍କୁ ବଦଳାଇ ଏହି ଦୁଇ ଆଇପିଏସ ଅଧିକାରୀଙ୍କୁ ନିଯୁକ୍ତି ପ୍ରଦାନ କରିଛନ୍ତି।

କିଛି ଦିନ ପୂର୍ବେ କେନ୍ଦ୍ରାଞ୍ଚଳ ପୋଲିସ ଆଇଜି ୨୦୦୪ ବ୍ୟାଚ୍ ଆଇପିଏସ୍ ଆଶୀଷ କୁମାର ସିଂଙ୍କ ସମେତ କଟକ ଡିସିପି କନୱର ବିଶାଳ ସିଂ, ରାଉରକେଲା ପୋଲିସ ଏସପି ମିତ୍ରଭାନୁ ମହାପାତ୍ର, ଖୋର୍ଦ୍ଧା ଏସପି ଯୁଗଳ କିଶୋର ବାନୋଥ, ବ୍ରହ୍ମପୁର ପୁଲିସ ଏସପି ସର୍ଭଣା ବିବେକ ଏମ୍ , ଅନୁଗୁଳ ଏସପି ସୁଧାଂଶୁ ଶେଖର ମିଶ୍ରଙ୍କୁ ବଦଳି କରାଯାଇଥିଲା । ଏହି ଆଇପିଏସଙ୍କ ବ୍ୟତୀତ କଟକ ଜିଲ୍ଲାପାଳ ଭିନିତ୍ ଭରଦ୍ୱାଜ ଏବଂ ଜଗତସିଂହପୁର ଜିଲ୍ଲାପାଳ ପାରୁଲ ପଟ୍ଟୱାରିଙ୍କୁ ମଧ୍ୟ ନିର୍ବାଚନ କାର୍ଯ୍ୟରୁ ଦୂରେଇ ରଖିବାକୁ ନିର୍ଦ୍ଦେଶ ଦେଇଥିଲେ ନିର୍ବାଚନ କମିଶନ ।

 

Comments are closed.