Latest Odisha News

ରାଜ୍ୟର ୨ ଜିଲ୍ଲାପାଳ ଓ ୫ ଏସ୍‌ପିଙ୍କୁ ନିର୍ବାଚନ କମିଶନଙ୍କ ବଦଳି ନିର୍ଦ୍ଦେଶ

ଭୁବନେଶ୍ୱର: ଭାରତୀୟ ନିର୍ବାଚନ କମିଶନ ଆଜି ରାଜ୍ୟର ୮ ଜଣ ଭାରତୀୟ ପ୍ରଶାସନିକ ଓ ପୋଲିସ ଅଧିକାରୀଙ୍କୁ ତୁରନ୍ତ ବଦଳି କରିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି। ତୁରନ୍ତ ବଦଳି କରିବାକୁ ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନ। କମିଶନଙ୍କ ପକ୍ଷରୁ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଏହି ନିର୍ଦ୍ଦେଶନାମା ଆସିଛି। ନିର୍ବାଚନ କମିଶନ ସମ୍ପୃକ୍ତ ୮ ଜଣ ଅଧିକାରୀଙ୍କୁ ନିର୍ବାଚନ ସହ ଜଡିତ ନ ଥିବା ସ୍ଥାନକୁ ବଦଳି କରିବାକୁ କହିଛନ୍ତି। ଏଥିରେ ୨ ଜିଲ୍ଲାପାଳ , ୫ ଏସପି ଓ ଜଣେ ଆଇଜିଙ୍କୁ ବଦଳି କରାଯିବାକୁ ନିର୍ଦ୍ଦେଶ ଆସିଛି।

କଟକ ଜିଲ୍ଲାପାଳ ବିନିତ ଭରଦ୍ବାଜ ଓ ଜଗତସିଂହପୁର ଜିଲ୍ଲାପାଳ ପାରୁଲ ପଟୱାରୀଙ୍କୁ ବଦଳି ନିର୍ଦ୍ଦେଶ ଦେଇଛନ୍ତି ନିର୍ବାଚନ କମିଶନ। ଅନୁଗୁଳ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ସୁଧାଂଶୁଶେଖର ମିଶ୍ର, ବ୍ରହ୍ମପୁର ଆରକ୍ଷୀ ଅଧୀକ୍ଷକ ସରବଣା ବିବେକ, ଖୋର୍ଦ୍ଧା ଆରକ୍ଷୀ ଅଧୀକ୍ଷକ ଯୁଗଳ କିଶୋର ବନୋଥ୍‌, ରାଉରକେଲା ଆରକ୍ଷୀ ଅଧୀକ୍ଷକ ମିତ୍ରଭାନୁ ମହାପାତ୍ର, ସୁନ୍ଦରଗଡ଼ ଆରକ୍ଷୀ ଅଧୀକ୍ଷକ କୱଁର ବିଶାଲ ସିଂହ ଏବଂ କେନ୍ଦ୍ରାଞ୍ଚଳ ଆଇଜି ଆଶିଷ କୁମାର ସିଂହଙ୍କୁ ତୁରନ୍ତ ଦାୟିତ୍ୱରୁ ହଟାଇବାକୁ ନିର୍ବାଚନ କମିସନ ନିର୍ଦ୍ଦେଶ ଦେଇଛନ୍ତି ।

Comments are closed.