ଭୁବନେଶ୍ୱର: ଓଡ଼ିଶାରେ ଚାଲିଥିବା SIR-୨୦୨୬ ପାଇଁ ଭାରତ ନିର୍ବାଚନ ଆୟୋଗ ସଂଶୋଧିତ କାର୍ଯ୍ୟସୂଚୀ ଜାରି କରିଛନ୍ତି। ନୂଆ କାର୍ଯ୍ୟସୂଚୀ ଅନୁଯାୟୀ, ୫ ଜୁଲାଇରୁ ୧୯ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ ଭୋଟରମାନେ ନୂଆ ନାମ ଅନ୍ତର୍ଭୁକ୍ତି କିମ୍ବା ତଥ୍ୟ ସଂଶୋଧନ ପାଇଁ ଦାବି ଓ ଆପତ୍ତି ଦାଖଲ କରିପାରିବେ।
ସେହିପରି, ୫ ଜୁଲାଇରୁ ୧୭ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ଦାଖଲ ହୋଇଥିବା ସମସ୍ତ ଦାବି ଓ ଆପତ୍ତିର ଶୁଣାଣି କରାଯାଇ ନିଷ୍ପତ୍ତି ନିଆଯିବ। ଏହାପରେ ୨୧ ସେପ୍ଟେମ୍ବର ୨୦୨୬ରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ କରାଯିବ।
ଏହି ସଂଶୋଧିତ କାର୍ଯ୍ୟସୂଚୀ ଯୋଗ୍ୟ ଭୋଟରଙ୍କୁ ପର୍ଯ୍ୟାପ୍ତ ସୁଯୋଗ ଦେବା ସହ ଭୋଟର ତାଲିକାକୁ ଅଧିକ ନିର୍ଭୁଲ ଓ ସଠିକ କରିବାରେ ସହାୟକ ହେବ ବୋଲି ନିର୍ବାଚନ ଆୟୋଗ କହିଛନ୍ତି ।