Latest Odisha News

BREAKING NEWS

ବିଧାନସଭାରେ ଉପସ୍ଥାପିତ ହେଲା ଅର୍ଥନୈତିକ ସର୍ଭେ ରିପୋର୍ଟ: ରାଜ୍ୟରେ ବଢିଛି ମୁଣ୍ଡପିଛା ଆୟ

ଭୁବନେଶ୍ୱର: ଗୃହରେ ଉପସ୍ଥାପିତ ହୋଇଛି ଅର୍ଥନୈତିକ ସର୍ଭେ ରିପୋର୍ଟ । ଜାତୀୟ ସ୍ତରଠୁ ବୃଦ୍ଧି ପାଇଛି ରାଜ୍ୟର ମୁଣ୍ଡ ପିଛା ଆୟ । ଜାତୀୟ ଅଭିବୃଦ୍ଧି ହାର ୩.୧ ଥିବାବେଳେ ଓଡ଼ିଶାର ଅଭିବୃଦ୍ଧି ହାର ୫.୩% ରହିଛି । ଜିଏସଡିପିରେ ମଧ୍ୟ ୯.୫%ର ଅଭିବୃଦ୍ଧି ଦେଖିବାକୁ ମିଳିଛି । ୯ ଲକ୍ଷ କୋଟିରୁ ବୃଦ୍ଧି ପାଇ ଜିଏସଡିପି ୯.୯ ଲକ୍ଷ କୋଟିରେ ପହଞ୍ଚିଛି । ବାସ୍ତବ ଅଭିବୃଦ୍ଧି ହାର ମଧ୍ୟ ଜାତୀୟ ହାର ଠାରୁ ଆଗରେ ।

୨୦୨୫-୨୬ରେ ବାସ୍ତବ ଆର୍ଥିକ ଅଭିବୃଦ୍ଧି ହାର ୭.୯ ପ୍ରତିଶତ ରହିବା ନେଇ ଆକଳନ କରାଯାଇଛି, ଯାହା ୨୦୨୪-୨୫ର ୭.୨ ପ୍ରତିଶତ ବୃଦ୍ଧି ହାରଠାରୁ ଅଧିକ । ଏହା ମଧ୍ୟ ସର୍ବଭାରତୀୟ ସ୍ତରର ହାରାହାରି ଅଭିବୃଦ୍ଧି ହାର ୭. ୪ ପ୍ରତିଶତ ଠାରୁ ଅଧିକ ।

୨୦୨୫-୨୬ (ଅଗ୍ରୀମ ଆକଳନ) ରେ ଓଡ଼ିଶାର ମୁଣ୍ଡପିଛା ଆୟ ୯.୨ ପ୍ରତିଶତ ବୃଦ୍ଧି ପାଇ ୧,୮୬,୭୬୧ ଟଙ୍କାରେ ପହଞ୍ଚିଛି । ସର୍ବଭାରତୀୟ ସ୍ତରରେ ମୁଣ୍ଡପିଛା ଆୟ ୬.୯ ପ୍ରତିଶତ ବୃଦ୍ଧି ପାଇଛି ।

ଅର୍ଥ ବ୍ୟବସ୍ଥାରେ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରର ଅବଦାନ ଜାତୀୟ ହାରରୁ ଅଧିକ । ଜାତୀୟ ଅବଦାନ ୧୬.୮% ଥିବାବେଳେ ରାଜ୍ୟର ଅବଦାନ ୧୯.୬% ରହିଛି ।

Leave A Reply

Your email address will not be published.