Latest Odisha News

BREAKING NEWS

ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚି ଆହତଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ବାଲେଶ୍ୱର: ବାଲେଶ୍ୱର ଟ୍ରେନ୍‌ ଦୁର୍ଘଟଣାରେ ନେତାମନ୍ତ୍ରୀ ଗସ୍ତ ଜାରି ରହିଛି। ସକାଳୁ ସକାଳୁ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘଟଣା ସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରୁଥିବା ବେଳେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନମନ୍ତ୍ରୀ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଥିବା ଆହତ ଯାତ୍ରୀଙ୍କୁ ଭେଟି ସେମାନଙ୍କର ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି।

ଏନେଇ ଧର୍ମେନ୍ଦ୍ର ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି “ବାଲେଶ୍ୱର ଜିଲ୍ଲା ବାହାନଗାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାରେ ଗୁରୁତର ଓ ଆହତ ହୋଇ ବାଲେଶ୍ଵର ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଥିବା ଯାତ୍ରୀମାନଙ୍କୁ କେନ୍ଦ୍ର ରେଳ ମନ୍ତ୍ରୀ @AshwiniVaishnaw ଓ ସାଂସଦ  @pcsarangiଙ୍କ ସହ ଭେଟିଲି ଓ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରିବୁଝିଲି। ମହାପ୍ରଭୁଙ୍କ ପାଖରେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି।”

ଏହା ପୂର୍ବରୁ ରେଳ ଦୁର୍ଘଟଣା ପାଇଁ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗତକାଲି ଦିଲ୍ଲୀରୁ ବାଲେଶ୍ୱର ଆସିଥିଲେ। ଦୁର୍ଘଟଣା ସମ୍ପର୍କିତ ସମସ୍ତ ଅପଟେଡ୍ ସେ ଟ୍ୱିଟ୍ କରି ଦେଉଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତରେ ବାହାରି ସାରିଲେଣି ବୋଲି ଧର୍ମେନ୍ଦ୍ର ଟ୍ୱିଟ୍ କରି କହିଛନ୍ତି।

Leave A Reply

Your email address will not be published.