Latest Odisha News

ଖରା ଛୁଟି ସମୟ ପରିବର୍ତ୍ତନ ନେଇ ବିଭିନ୍ନ ମହଲରୁ ପ୍ରସ୍ତାବ ଆସିଛି, ସ୍ଥିତି ଦେଖି ନିଆଯିବ ନିଷ୍ପତ୍ତି : ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଏହା ଭିତରେ ସ୍କୁଲ ଗୁଡିକରେ ଖରାଛୁଟି ଘୋଷଣା ହୋଇଛି । ଏନେଇ ଅଭିଭାବକ ମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ନିଜ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଜୁନ ବଦଳରେ ମେ ମାସରେ ଖରାଛୁଟି କରିବାକୁ ବିଭିନ୍ନ ମହଲରୁ ପ୍ରସ୍ତାବ ଆସିଲାଣି ।

ଖରା ଛୁଟି ସମୟ ପରିବର୍ତ୍ତନ କରିବାକୁ ବିଚାର କରାଯାଇନି । ବିଚାର ବିଭାଗରେ ବିଚାର କରାଯାଇ ଯାହା ନିଷ୍ପତ୍ତି ନିଆଯିବ ।ଏବେ ଏନେଇ କୌଣସି ନିଷ୍ପତ୍ତି ହୋଇନାହିଁ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି । ପାଠ ପଢାକୁ ଅଧିକ ଗୁରୁତ୍ୱ ଦିଆଯାଉଛି ବର୍ତ୍ତମାନ କରୋନାର ଏତେଟା ପ୍ରଭାବ ନାହିଁ । ଦଶମ ଓ ଦ୍ୱାଦଶ ପରୀକ୍ଷା ପାଇଁ କୌଣସି ଅସୁବିଧା ହେବନି ।

ଛାତ୍ରଛାତ୍ରୀଙ୍କୁ ସ୍ୱତନ୍ତ୍ର ପୁସ୍ତିକା ମିଳିବ ।ଯେଉଁଥିରେ ୨ ବର୍ଷର ପୁରୁଣା ପାଠ ରହିବ । ମେ ନୂଆ ଶିକ୍ଷା ବର୍ଷରୁ ରେଗୁଲାର କୋର୍ସ ସହ ଏହାକୁ ପଢାଯିବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି । ଦୁଇ ବର୍ଷ ହେବ ପିଲାଙ୍କ ପାଠପଢା କ୍ଷତି ଭରଣ କରିବା ଉଦ୍ଦେଶ୍ୟରେ ଏହି ବ୍ୟବସ୍ଥା ହୋଇଛିା ଏହା କେବଳ ଖରାଛୁଟି ସମୟରେ ହେବାକୁ ଥିବା କ୍ଲାସରେ ପଢାଯିବନି , ପୁରା ସେସନରେ ପଢାଯିବ ବୋଲି ଗଣଶିକ୍ଷାମନ୍ତ୍ରୀ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.