ନୂଆଦିଲ୍ଲୀ: ଦେଶରେ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି । ଆଜି ମୁଖ୍ୟ ନିର୍ବାଚନ କମିଶନ ରାଜୀବ କୁମାର ସାମ୍ୱାଦିକ ସମ୍ମିଳନୀ କରି ତାରିଖ ଘୋଷଣା କରିଛନ୍ତି । ଦେଶରେ ୫୪୩ ଲୋକସଭା ଆସନ ପାଇଁ ମୋଟ ୭ଟି ପର୍ଯ୍ୟାୟରେ ମତଦାନ ଅନୁଷ୍ଠିତ ହେବ । ଏପ୍ରିଲ ୧୯ ତାରିଖରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ । ଏପ୍ରିଲ ୨୬ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ, ମେ’୭ରେ ତୃତୀୟ ପର୍ଯ୍ୟାୟ, ମେ’ ୧୩ରେ ଚତୁର୍ଥ ପର୍ଯ୍ୟାୟ, ମେ’ ୨୦ରେ ପଞ୍ଚମ ପର୍ଯ୍ୟାୟ, ମେ’୨୫ରେ ଷଷ୍ଠ ପର୍ଯ୍ୟାୟ, ଜୁନ୍ ୧ରେ ସପ୍ତମ ପର୍ଯ୍ୟାୟ ଭୋଟ ଗ୍ରହଣ ଅନୁଷ୍ଠିତ ହେବ ।
ଜୁନ୍ ୪ ମଙ୍ଗଳବାର ଦିନ ସାରା ଦେଶରେ ଭୋଟ ଗଣତି ହେବ। ଉଭୟ ଲୋକସଭା ଓ ବିଧାନସଭା ପାଇଁ ଭୋଟ ଗଣତି ହେବ ।
ଦେଶରେ ମୋଟ ୯୭ କୋଟି ପଞ୍ଜୀକୃତ ଭୋଟର ରହିଛନ୍ତି । ୯୭ କୋଟି ଭୋଟରଙ୍କ ପାଇଁ ୧୦.୫ ଲକ୍ଷ ପୋଲିଂ ବୁଥ୍ କରାଯାଉଛି । ଭୋଟ ଗ୍ରହଣ ପାଇଁ ଦେଢ଼ କୋଟି ପୋଲିଂ ଅଫିସର ପ୍ରସ୍ତୁତ ଅଛନ୍ତି । ଭୋଟ ଗ୍ରହଣ ପାଇଥଁ ୫୫ ଲକ୍ଷ ଇଭିଏମ୍ ପ୍ରସ୍ତୁତ ରହିଛି । ପ୍ରଥମ ଥର ପାଇଁ ୧ କୋଟି ୮୨ ଲକ୍ଷ ନୂଆ ଭୋଟର ଭୋଟ ଦେବେ । ୧୮ରୁ ୨୯ ବର୍ଷ ବର୍ଗର ଭୋଟର ସଂଖ୍ୟା ୨୧ କୋଟି ରହିଛି । ୮୫ ବର୍ଷରୁ ଅଧିକ ବୟସ୍କ ଭୋଟର ସଂଖ୍ୟା ୮୨ ଲକ୍ଷ ରହିଛି । ୧୦୦ ବର୍ଷରୁ ଅଧିକ ବୟସ୍କ ଭୋଟରଙ୍କ ସଂଖ୍ୟା ୨ ଲକ୍ଷ ୧୮ ହଜାର ରହିଛି । ଦେଶରେ ୪୯.୭ କୋଟି ପୁରୁଷ ଓ ୪୭.୧ କୋଟି ମହିଳା ଭୋଟର ଅଛନ୍ତି ।
Comments are closed.