Latest Odisha News

BREAKING NEWS

ସେପ୍ଟେମ୍ବର ୩ରେ ହେବ ରାଜ୍ୟସଭା ଉପନିର୍ବାଚନ

ଭୁବନେଶ୍ୱର: ସେପ୍ଟେମ୍ବର ୩ରେ ରାଜ୍ୟସଭା ଉପନିର୍ବାଚନ l ରାଜ୍ୟସଭା ଉପ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି l ଏନେଇ ସୂଚନା ଦେଇଛନ୍ତି ଇଲେକ୍ସନ କମିଶନର l ଖାଲିଥିବା ୧୨ଟି ଆସନ ପାଇଁ ହେବ ଉପନିର୍ବାଚନ l ଉପନିର୍ବାଚନ ପାଇଁ ଅଗଷ୍ଟ ୧୪ରେ ପ୍ରକାଶ ପାଇବ ବିଜ୍ଞପ୍ତି l ଅଗଷ୍ଟ ୨୧ ନାମାଙ୍କନ ଦାଖଲର ଶେଷ ଦିବସ l ତେବେ ଆବଶ୍ୟକ ପଡ଼ିଲେ ସେପ୍ଟେମ୍ବର ୩ରେ ହେବ ଭୋଟ ଗ୍ରହଣ l

ସୂଚନା ଅନୁସାରେ, ଓଡ଼ିଶାର ଖାଲି ଥିବା ଗୋଟିଏ ଆସନ ପାଇଁ ହେବ ଉପନିର୍ବାଚନ l ମମତା ମହାନ୍ତଙ୍କ ଇସ୍ତଫା ପରେ ଖାଲି ପଡ଼ିଛି ଓଡ଼ିଶାର ଗୋଟିଏ ଆସନ l ଏପଟେ ବିଜେପି ପୁଣି ଥରେ ମମତାଙ୍କୁ ରାଜ୍ୟସଭାକୁ ପଠାଇବାକୁ ଯୋଜନା କରୁଥିବା ବେଳେ ଅନ୍ୟପଟେ ବିଜେଡି ବବି ଦାସଙ୍କୁ ରାଜ୍ୟସଭାକୁ ପଠାଇବ ବୋଲି ଚର୍ଚ୍ଚା ହେଉଛି l

ସୂଚନାଯୋଗ୍ୟ ଯେ, ଗତ ଜୁଲାଇ ୩୧ ତାରିଖରେ ବିଜେଡି ଏବଂ ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଇଥିଲେ ମମତା ମହାନ୍ତ । ଯାହାକୁ ନେଇ ନିଜ ଏକ୍ସ ହ୍ୟାଣ୍ଡେଲରେ ସୂଚନା ଦେଇଥିଲେ ମମତା । ବିଜେଡି ଛାଡିବାର ଗୋଟିଏ ଦିନ ପରେ ବିଜେପିରେ ସାମିଲ ହୋଇଥିଲେ ମମତା । ବିଜେପି ଦିଲ୍ଲୀ ମୁଖ୍ୟାଳୟରେ ବିଜେପି କର୍ମକର୍ତ୍ତାଙ୍କ ଉପସ୍ଥିତିରେ ପଦ୍ମ ଧରିଥିଲେ ମମତା ।

Comments are closed.