Latest Odisha News

BREAKING NEWS

ଖଲ୍ଲିକୋଟରେ ରାଜନୈତିକ ହିଂସା: ଚାଲିଗଲା ଜଣଙ୍କର ଜୀବନ, ୭ ଆହତ

ବ୍ରହ୍ମପୁର: ଖଲ୍ଲିକୋଟରେ ରାଜନୈତିକ ହିଂସା। ଜଣେ ଗୁରୁତରଙ୍କ ମୃତ୍ୟୁ ଘଟିଥିବା ସୂଚନା ରହିଛି । ଅନ୍ୟ ଜଣେ ଗୁରୁତରଙ୍କୁ ବ୍ରହ୍ମପୁରରୁ ଭୁବନେଶ୍ବର ଏମ୍ସ ସ୍ଥାନାନ୍ତର କରାଯାଇଛି । ଶ୍ରୀକୃଷ୍ଣଶରଣପୁର ଗାଁରେ ବିଜେପି କର୍ମୀଙ୍କୁ ଆକ୍ରମଣ ହୋଇଥିବା ଜଣାପଡିଛି। ନିର୍ବାଚନ ପାଇଁ ସରଗରମ ରହିଛି ବିଭିନ୍ନ ରାଜନୈତିକ ମାହୋଲ।

ରାଜ୍ୟରେ ସରିଛି ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଦ୍ବିତୀୟ ପର୍ଯ୍ଯାୟ ନିର୍ବାଚନ ପାଇଁ ଚାଲିଛି ଜୋରଦାର ପ୍ରଚାର ପ୍ରସାର। ଏହାରି ଭିତରେ ଖଲ୍ଲିକୋଟରେ ଦେଖିବାକୁ ମିଳିଛି ନିର୍ବାଚନୀ ହିଂସା । ପୋଷ୍ଟର ମାରିବାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି । ବିଜେପି ଓ ବିଜେଡି କର୍ମୀଙ୍କ ମଧ୍ୟରେ ହଣାହଣି ଭଳି ଘଟଣା ଦେଖିବାକୁ ମିଳିଥିଲା। ଉଭୟ ପକ୍ଷର ୭ ଜଣ ଆହତ ଏବଂ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି ।

ଚିକିତ୍ସାଧିନ ଅବସ୍ଥାରେ ଜଣେ ବିଜେପି କର୍ମୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଯାହାକୁ ନେଇ ଖଲ୍ଲିକୋଟରେ ତୀବ୍ର ଉତେଜନା ସୃଷ୍ଟି ହୋଇଛି । ତେବେ ସମସ୍ତ ଆହତଙ୍କୁ ବ୍ରହ୍ମପୁର ଏମକେସିଜି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏଥିମଧ୍ୟରୁ ଜଣେ ଗୁରୁତରଙ୍କୁ ବ୍ରହ୍ମପୁରରୁ ଭୁବନେଶ୍ବର ଏମ୍ସ ସ୍ଥାନାନ୍ତର କରାଯାଇଛି।  ଏନେଇ ବିଜେପି ପକ୍ଷରୁ ଥାନା ଅଧିକାରୀଙ୍କୁ ଅଭିଯୋଗ ହୋଇଛି।

Leave A Reply

Your email address will not be published.