Latest Odisha News

BREAKING NEWS

କେନ୍ଦୁଝର: ହାତୀ ଆକ୍ରମଣରେ ଛାତ୍ର ଗୁରୁତର

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ସଦର ରେଞ୍ଜ ଅନ୍ତର୍ଗତ କୁସୁମିତା ଗ୍ରାମର କସରା ସାହି ଅଞ୍ଚଳରେ ଗୁରୁବାର ଦିନ ଏକ ଦନ୍ତା ହାତୀ ଆକ୍ରମଣରେ ଜଣେ ଛାତ୍ର ଗୁରୁତର ଆହତ ହୋଇଛନ୍ତି ।

ଆହତ ଛାତ୍ର ଜଣକ ସ୍ଥାନୀୟ ଏକ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ର ରୟାନ ମୁଣ୍ଡା ବୋଲି ଜଣାପଡିଛି ।

ପରବର୍ତ୍ତୀ ସମୟରେ ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ କେନ୍ଦୁଝର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେଠାରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ବଡ ମେଡିକାଲ ସ୍ଥାନାନ୍ତରିତ କରାଯାଇଥିବା ଜଣାପଡିଛି ।

ତେବେ ଏନେଇ ତଦନ୍ତ ଆରମ୍ଭ ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.