ବାରିପଦା : ମୟୂରଭଞ୍ଜ ଜିଲ୍ଲା ବାରିପଦା ବନଖଣ୍ଡକୁ ବଡ଼ ସଫଳତା । ଉଦଳା ଥାନା ଦୁଗ୍ଧା ଗାଁରୁ ୪୫ କିଲୋ ହାତୀ ଦାନ୍ତ ଜବତ କରିଛି ବନ ବିଭାଗ । ଏଥିସହ ୨ ଜଣଙ୍କୁ ଗିରଫ କରିଛି ବନ ବିଭାଗର ସ୍ବତନ୍ତ୍ର ଟିମ୍ । ଗିରଫ ଅଭିଯୁକ୍ତ ହେଲେ ଫାଗୁ ହାଁସଦା ଓ ପିଥ ସୋରେନ । ଫାଗୁର ଘର ଉଦଳା ଥାନା ଅଞ୍ଚଳର ଅଙ୍ଗାରପଦାରେ ହୋଇଥିବା ବେଳେ, ପିଥ ସୋରେନର ଘର ଉଦଳା ଥାନା ଅନନ୍ତପୁର ଅଞ୍ଚଳରେ ବୋଲି ଜଣାପଡ଼ିଛି । ଜବତ ହାତୀଦାନ୍ତର ଆନୁମାନିକ ମୂଲ୍ୟ ୧୮ ଲକ୍ଷ ଟଙ୍କା ହେବ ବୋଲି ବନ ବିଭାଗ ସୂଚନା ଦେଇଛି । ହାତୀ ଦାନ୍ତକୁ ବାହାର ରା୍ୟକୁ ଚାଲାଣ କରିବା ପାଇଁ ଡିଲ୍ ହୋଇଥିଲା । ତେବେ ଏମାନଙ୍କୁ କାବୁ କରିବା ପାଇଁ ଉଦଳା ରେଞ୍ଜ, ବେତନଟୀ ରେଞ୍ଜର ୧୦ ଜଣ ବନ କର୍ମଚାରୀଙ୍କୁ ନିୟୋଜିତ କରାଯାଇଥିଲା ।
BREAKING NEWS
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
- Rourkela Plane Crash: ରାଉରକେଲା ବିମାନ ଦୁର୍ଘଟଣା; ସ୍ଥାନୀୟ ଜନସାଧାରଣଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
- ଟି୨୦ ବିଶ୍ୱକପ: ଚର୍ଚ୍ଚାରେ ଅକ୍ଷର ପଟେଲଙ୍କ ବୟାନ
Comments are closed.