ଭୁବନେଶ୍ୱର: ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ। ଏନେଇ ପ୍ରସ୍ତୁତି ସହିତ ଘୋଷଣା କରିଛନ୍ତି ରାଜ୍ୟ ସରକାର। ନୂଆ ରାସନ କାର୍ଡ ପ୍ରସ୍ତୁତ କରିବାକୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ଯୋଗ୍ୟ ହିତାଧିକାରୀଙ୍କୁ ବଣ୍ଟନ ହେବ ନୂଆ ରାସନ କାର୍ଡ। ସେମାନଙ୍କୁ ମିଳିବ ରଙ୍ଗୀନ ରାସନ କାର୍ଡ। ନୂଆ ରାସନ କାର୍ଡ ପାଇଁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ ଏପ୍ରିଲ ୨୨ ସୁଦ୍ଧା ରାସନ କାର୍ଡ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
ବିଡିଓ, ମ୍ୟୁନିସିପାଲ କମିଶନର କାର୍ଡ ପ୍ରଦାନ କରିବେ। ସଠିକ୍ ଯାଞ୍ଚ ପରେ ନୂଆ ସଦସ୍ୟଙ୍କୁ ଯୋଜନାରେ ସାମିଲ କରାଯିବ ବୋଲି ଖାଦ୍ୟ ବିଭାଗ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଇକେୱାଇସି ମାଧ୍ୟମରେ ଯୋଗ୍ୟ ହିତାଧିକାରୀଙ୍କୁ ଚୟନ କରାଯିବା ସହ ଅଯୋଗ୍ୟ ହିତାଧିକାରୀଙ୍କୁ ବାଦ୍ ଦିଆଯାଉଛି।
Comments are closed.