Latest Odisha News

BREAKING NEWS

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ପଣ୍ଡିତ ଦାମୋଦରଙ୍କ ଶେଷକୃତ୍ୟ

ଭୁବନେଶ୍ୱର: ପାରମ୍ପରିକ ଓଡ଼ିଶୀ ସଙ୍ଗୀତ କଣ୍ଠଶିଳ୍ପୀ ଦାମୋଦର ହୋତାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିବା ସହ ଦାମୋଦରଙ୍କ ପାର୍ଥିବ ଶରୀରର ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ବୋଲି ଘୋଷଣା କରିଛନ୍ତି ।

ଶାସ୍ତ୍ରୀୟ ସଙ୍ଗୀତ କ୍ଷେତ୍ରରେ ତାଙ୍କ ଅବଦାନକୁ ଆଗାମୀ ପିଢ଼ି ମନେ ରଖିବ ବୋଲି କହଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।

ଶୈଶବ ଅବସ୍ଥାରୁ ସେ ନିଜ ପିତାଙ୍କ ସୁମଧୁର କଣ୍ଠରୁ ଯାଗା ଆଖଡ଼ାରେ ପ୍ରଚଳିତ ଓଡ଼ିଶୀ ସଙ୍ଗୀତ ଶୁଣି ଶୁଣି ଶିକ୍ଷା କରିଥିଲେ । ପରବର୍ତ୍ତୀ ସମୟରେ ସିଂହାରୀ ଶ୍ୟାମସୁନ୍ଦର କରଙ୍କ ଶିଷ୍ୟ ପଣ୍ଡିତ ନୃସିଂହନାଥ ଖୁଣ୍ଟିଆଙ୍କ ଠାରୁ ସେ ଉଡ୍ରପଦ୍ଧତି ଆଧାରିତ ଶାସ୍ତ୍ରୀୟ ଓଡ଼ିଶୀ ସଙ୍ଗୀତ ଓ ହିନ୍ଦୁସ୍ତାନୀ ସଙ୍ଗୀତ ଶିକ୍ଷା କରିଥିଲେ । ଗୁରୁ କାଶୀନାଥ ମୁଦୁଲିଙ୍କ ଠାରୁ ସେ ମର୍ଦ୍ଦଳ ଓ ତବଲାବାଦନ ଶିଖିଥିଲେ ।

Comments are closed, but trackbacks and pingbacks are open.