Latest Odisha News

BREAKING NEWS

୨୩ରେ ରତ୍ନଭଣ୍ଡାରରୁ ସ୍ଥାନାନ୍ତରଣ ହେବ ଖାଲି ଆଲମିରା ଓ ସିନ୍ଦୁକ

ପୁରୀ: ଆସନ୍ତା ୨୩ ତାରିଖରେ ରତ୍ନଭଣ୍ଡାରରୁ ସ୍ଥାନାନ୍ତରଣ ହେବ ଖାଲି ଆଲମିରା ଓ ସିନ୍ଦୁକ। ୨୩ ତାରିଖ ଦିନ ୧ଟାରୁ ଏହି ସ୍ଥାନାନ୍ତରଣ କାର୍ଯ୍ୟ ଆରମ୍ଭ ହେବ। ରାଜ୍ୟ ସରକାରଙ୍କ ଏସଓପି ଅନୁଯାୟୀ ଏହାକୁ ସ୍ଥାନାନ୍ତରଣ କରାଯିବ।

ସୂଚନା ଅନୁଯାୟୀ, ଉଭୟ ବାହାର ଓ ଭିତର ରତ୍ନଭଣ୍ଡାରରୁ ଶ୍ରୀମନ୍ଦିର ନୀଳାଦ୍ରି ବିହାର ମ୍ୟୁଜିୟମ ନିକଟରେ ଥିବା କୋଠରୀକୁ ସ୍ଥାନାନ୍ତରଣ କରାଯିବ।

ଏସଜେଟିଏଙ୍କ କହିବାନୁଯାୟୀ ୨୩ ତାରିଖ ଦିନ ୧ଟାରୁ ଏହି ସ୍ଥାନାନ୍ତରଣ କାର୍ଯ୍ୟ ଆରମ୍ଭ ହେବ। ଏହି ସମୟରେ ସର୍ବସାଧାରଣଙ୍କ ପାଇଁ ଦର୍ଶନ ବନ୍ଦ ରହିବ।

ତେବେ ମହାପ୍ରସାଦ କ୍ରୟ କରିବାକୁ ଇଚ୍ଛୁକ ଥିବା ଭକ୍ତ ମାନେ ସିଂହଦ୍ଵାର ପଟେ ପ୍ରବେଶ କରି ଆନନ୍ଦ ବଜାରରୁ ମହାପ୍ରସାଦ କିଣିବା ପରେ ଉତ୍ତର ଦ୍ୱାର ପଟେ ପ୍ରସ୍ଥାନ କରିପାରିବେ।

Comments are closed.