Latest Odisha News

ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଟଳିଲେ ୭ ମାଓବାଦୀ

ଦାନ୍ତେୱାଡ଼ା: ଓଡ଼ିଶା ସିମାନ୍ତ ଛତିଶଗଡ଼ ଦାନ୍ତେୱାଡ଼ାରେ ବଡ ଧରଣର ଏନକାଉଣ୍ଟର । ଶୁକ୍ରବାର ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୭ ଜଣ ମାଓବାଦୀ ନିହତ ହୋଇଥିବା ଜଣାପଡିଛି।

ଖବର ମୁତାବକ, ଦାନ୍ତେୱାଡ଼ା ଏବଂ ନାରାୟଣପୁର ଜିଲ୍ଳା ସୀମାନ୍ତ ଜଙ୍ଗଲରେ ମାଓବାଦୀମାନେ ଲୁଚି ରହିଥିବା ନେଇ ଗୁଇନ୍ଦା ସୁତ୍ରରୁ ସୁରକ୍ଷାକର୍ମୀଙ୍କୁ ସୂଚନା ମିଳିଥିଲା । ଏନେଇ ସୁରକ୍ଷା କର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଥିଲା ।

ସୁରକ୍ଷାକର୍ମୀଙ୍କୁ ଦେଖି ମାଓବାଦୀ ମାନେ ଗୁଳିଚାଳନା କରିଥିଲେ । ଏହାର ପାଲଟା ଜବାବ ରେ ସୁରକ୍ଷାକର୍ମୀ ମଧ୍ୟ ଆଖି ବୁଜା ଗୁଳି ଚାଳନା କରିଥିଲେ । ହେଲେ ସୁରକ୍ଷା କର୍ମୀଙ୍କ ଏନ୍‌କାଉଣ୍ଟରରେ ଗୋଟେ ପରେ ଗୋଟେ ୭ଜଣ ମାଓବାଦୀ ଟଳି ପଡ଼ିଥିଲେ।

ହେଲେ ଏହି ଗୁଳିବିନିମୟ ରେ ଅପରେଶରେ ସାମିଲ ଥିବା ସମସ୍ତ ସୁରକ୍ଷା କର୍ମୀ ସୁରକ୍ଷିତ ଅଛନ୍ତି । ଏନେଇ ଦାନ୍ତେୱାଡ଼ା ଏସ୍‌ପି ସୂଚନା ଦେଇଛନ୍ତି ।

Leave A Reply

Your email address will not be published.