Latest Odisha News

ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ମାଓବାଦୀ ନିହତ

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅଧୀନ ବୁଦାନାଇ ଜଙ୍ଗଲରେ ପୁଣି ସକ୍ରିୟ ହୋଇଛନ୍ତି ମାଓବାଦୀ । ଆଜି ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ତେବେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଜଣେ ମାଓବାଦୀ ନିହତ ହୋଇଥିବା ସୂଚନା ରହିଛି ।

ମିଳିଥିବା ସୂଚନା ଅନୁସାରେ, ବୁଦାନାଇ ଜଙ୍ଗଲରେ ମାଓବାଦୀମାନେ ଲୁଚି ରହିଥିବା ବିଶେଷ ସୂତ୍ରରୁ ଖବର ପାଇ ପୋଲିସ ଏବଂ ଏସଓଜି ଯବାନ ପକ୍ଷରୁ ଜଙ୍ଗଲରେ ମିଳିତ ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଥିଲା । ଏହି ସମୟରେ ମାଓବାଦୀମାନେ ଯବାନଙ୍କ ଉପରକୁ ପ୍ରଥମେ ଗୁଳି ଚଳାଇଥିଲେ । ଯବାନ ମଧ୍ୟ ଏହାର ପାଲଟା ଜବାବ ଦେଇଥିଲେ ।

ଏହି ଏନକାଉଣ୍ଟରରେ ଜଣେ ମାଓବାଦୀଙ୍କ ମୃତ୍ୟୁ ଘଟିଥିବାବେଳେ, ଉକ୍ତ ମାଓବାଦୀ ନିକଟରୁ ଏକ ଏକେ-୪୭ ଜବତ ବି ହୋଇଛି । ଘଟଣାସ୍ଥଳରୁ ଅନ୍ୟ ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିବା ଜଣାପଡିଛି । ଅନ୍ୟପକ୍ଷେଏସଓଜି ପକ୍ଷରୁ ଏବେ ବି ସର୍ଚ୍ଚ ଅପରେସନ ଜାରି ରହିଛି ।

Leave A Reply

Your email address will not be published.