Latest Odisha News

BREAKING NEWS

ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ

ପୁରୀ: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ। ଜଗା ସ୍ଥାନରେ ବଳିଆ ଓ ବଳିଆ ସ୍ଥାନରେ ଜଗାକୁ ନେଇ ଅସନ୍ତୋଷ ଦେଖିବାକୁ ମିଳିଛି। ଟେବୁଲ୍ କ୍ୟାଲେଣ୍ଡର, ଓ୍ୱାଲ୍ କ୍ୟାଲେଣ୍ଡର ଓ ଡାଏରୀରେ ସମାନ ଚିତ୍ର। ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ କ୍ୟାଲେଣ୍ଡର ଛପା ଯାଇଛି। ପଟଚ୍ଚିତ୍ରରେ ଅଙ୍କା ଯାଇଥିବା ଚିତ୍ରକୁ ନେଇ ପ୍ରଶ୍ନ ଉଠାଇଲେ ବୁଦ୍ଧିଜୀବୀ।

ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ସମୟର ଫଟୋରେ ମଧ୍ୟ ତ୍ରୁଟି ଦେଖିବାକୁ ମିଳିଥିଲା। ପ୍ରଥମେ ସୁଭଦ୍ରାଙ୍କ ରଥ, ପରେ ଜଗନ୍ନାଥଙ୍କ ରଥ ଏବଂ ଶେଷରେ ଶ୍ରୀବଳଭଦ୍ରଙ୍କ ରଥ ଟଣା ଯାଉଥିବାର ସମ୍ପର୍କିତ ଚିତ୍ରର ଫଟୋ ମଧ୍ୟ କ୍ୟାଲେଣ୍ଡର ରେ ସ୍ଥାନ ପାଇଛି।

ତେବେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ୨୦୨୬ କ୍ୟାଲେଣ୍ଡରରେ ଏଭଳି ତ୍ରୁଟି କୁ ଜଗନ୍ନାଥ ପ୍ରେମୀ ଓ ଶ୍ରୀମନ୍ଦିର ସେବାୟତ ସମାଲୋଚନା କରିଛନ୍ତି । ତୁରନ୍ତ ଏହି ତ୍ରୁଟିପୂର୍ଣ୍ଣ କ୍ୟାଲେଣ୍ଡରକୁ ଶ୍ରୀମନ୍ଦିର ପ୍ରଶାସନ ପ୍ରତ୍ୟାହାର କରିନେବାକୁ ଦାବି ଜୋର ଧରିଛି । ସେପଟେ ଏନେଇ ଶ୍ରୀମନ୍ଦିର ପ୍ରଶାସନ ସହିତ ଯୋଗାଯୋଗ କରାଯାଇଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ ।

Comments are closed.