ଭୁବନେଶ୍ୱର: ସରିଲା ମାଟ୍ରିକ୍ ପରୀକ୍ଷା । ମାର୍ଚ୍ଚ ୧୮ ତାରିଖରୁ ଆରମ୍ଭ ହେବ ଖାତାଦେଖା । ଦୀର୍ଘ ୨୦ ଦିନ ଧରି ମୂଲ୍ୟାୟନ ପ୍ରକ୍ରିୟା ଚାଲିବ । ଏହି ଖାତାଦେଖା ପ୍ରକ୍ରିୟାରେ ୧୫ ହଜାରରୁ ଅଧିକ ଶିକ୍ଷକ ଶିକ୍ଷୟିତ୍ରୀ ସାମିଲ ହେବ । ୬୨ଟି ମୂଲ୍ୟାୟନ କେନ୍ଦ୍ରରେ ଖାତାଦେଖା ହେବ । ଏନେଇ ସୂଚନା ଦେଇଛନ୍ତି ବୋର୍ଡ ସଭାପତି । ଏହାସହ ଚଳିତ ବର୍ଷ ଶୃଙ୍ଖଳିତ ପରୀକ୍ଷା ପରିଚାଳନା ପାଇଁ ପୋଲିସ ଓ ପ୍ରଶାସନକୁ ସେ ଧନ୍ୟବାଦ ମଧ୍ୟ ଜଣାଇଛନ୍ତି ।
ଚଳିତ ବର୍ଷ ସାରା ରାଜ୍ୟରେ ୫ଲକ୍ଷ ୬୦ ହଜାର ୯୫୦ ପରୀକ୍ଷାର୍ଥୀ ମାଟ୍ରିକ୍ ପରୀକ୍ଷା ଦେଇଛନ୍ତି । ୨ ହଜାର ୮୮୮ ପରୀକ୍ଷା କେନ୍ଦ୍ରରେ ମାଟ୍ରିକ୍ ପରୀକ୍ଷା ହୋଇଛି । ପରୀକ୍ଷାକୁ ଶୃଙ୍ଖଳିତ କରିବା ପାଇଁ ବୋର୍ଡ ପକ୍ଷରୁ ଚାରିସ୍ତରୀୟ ସ୍କାର୍ଡ ବ୍ୟବସ୍ଥା କରାଯାଇଥିଲା । ଏଥିସହ ୧ ହଜାର ପରୀକ୍ଷା କେନ୍ଦ୍ରରେ ସିସି କ୍ୟାମେରା ଲଗାଯାଇଥିଲା । ସେହିପରି ପରୀକ୍ଷାର୍ଥୀଙ୍କୁ ପ୍ରଶ୍ନପତ୍ର ବୁକ୍ଲେଟକୁ ଘରକୁ ଆଣିବା ପାଇଁ ବାରଣ ମଧ୍ୟ କରାଯାଇଥିଲା ।
BREAKING NEWS
- Hylo Open 2026:ଭାରତ ପାଇଁ ଦ୍ୱିଗୁଣ ଖୁସି: ପି.ଭି. ସିନ୍ଧୁଙ୍କ ପରେ ଲକ୍ଷ୍ୟ ସେନ୍ ଜିତିଲେ ହାଇଲୋ ଓପନ୍ ଟାଇଟଲ୍
- ବାତ୍ୟା ‘ଅର୍ଣ୍ଣବ’: ୬ ଜିଲ୍ଲାକୁ କ୍ଷୟକ୍ଷତିର ପ୍ରାଥମିକ ଆକଳନ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ
- Cyclone Threat: ମାଲକାନଗିରିରେ ତିନି ଦିନ ପାଇଁ ବନ୍ଦ ରହିବ ଶିକ୍ଷାନୁଷ୍ଠାନ
- ୭୦ ବର୍ଷ ପୁରଣା ରହସ୍ୟ! ଏହି ସହରରେ ମରିବା ସମ୍ପୂର୍ଣ୍ଣ ମନା
- ଦବିଲା ସାଲୁଙ୍କି ପୋଲ:ବିକଳ୍ପ ରାସ୍ତା ବ୍ୟବସ୍ଥା କରିବାକୁ ବିଶେଷଜ୍ଞ ଦଳ ଜିଲ୍ଲା ପ୍ରଶାସନକୁ କଲେ ଅବଗତ
- ଅର୍ଣ୍ଣବ କ୍ଷତିଗ୍ରସ୍ତଙ୍କ ପାଇଁ ସହାୟତା ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ବର୍ଷକ ମଧ୍ୟରେ ୪୦୦ ଛକା ମାରି ଇତିହାସ ରଚିଲା ଭାରତ
- କଇଁ ଫୁଲ ତୋଳିବାକୁ ଯାଇ ବୁଡ଼ିଗଲେ ୩ ଶିଶୁ
- ହୀରାକୁଦ ଜଳଭଣ୍ଡାର ଜଳସ୍ତର ବୃଦ୍ଧି, ପୁଣି ଖୋଲିଲା ୩ଟି ଗେଟ୍
- ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ଖୋଲିଲା ବାଲିମେଳା ଜଳଭଣ୍ଡାରର ୩ ଗେଟ
Comments are closed.