Latest Odisha News

BREAKING NEWS

ଭକ୍ତି ସଙ୍ଗୀତ କାର୍ଯ୍ୟକ୍ରମ ‘ଗୁହାରି’ ଉଦ୍‌ଘାଟିତ

ଭୁବନେଶ୍ୱର : ପବିତ୍ର ରଥଯାତ୍ରା ଅବସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ ଏକ ନିଆରା ଭକ୍ତି ଭାବାପନ୍ନ ସଙ୍ଗୀତ କାର୍ଯ୍ୟକ୍ରମ ‘ଗୁହାରି’ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି ।

BjdElectrycity

ଅନୁଷ୍ଠାନର ପ୍ରଶାସନିକ ଅଧିକାରୀ ଅନୁଜା ତାରିଣୀ ମିଶ୍ର ପରିଚାଳନାରେ ଆଯୋଜିତ ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ ଗାୟିକା ଶ୍ୟମାମଣି ଦେବୀ, ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ, ଅତିରିକ୍ତ ଶାସନ ସଚିବ ମଧୁସୂଦନ ଦାଶ, କେଳୁଚରଣ ଓଡ଼ିଶୀ ଗବେଷଣା କେନ୍ଦ୍ରର ମୁଖ୍ୟ ନିର୍ବାହୀ ଅଧିକାରୀ ସୁବୋଧ ଚନ୍ଦ୍ର ଆଚାର୍ଯ୍ୟ, ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ସଚିବ ପ୍ରବୋଧ କୁମାର ରଥଙ୍କ ସମେତ ବିଭାଗର ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.