ନୂଆଦିଲ୍ଲୀ: ପରଲୋକରେ ଲେଫ୍ଟନାଣ୍ଟ ଜେନେରାଲ କେ.ପି. ଧଳସାମନ୍ତ । ସୋମବାର ସକାଳ ୬ଟା ୪୫ ମିନିଟ୍ ସମୟରେ ନୂଆଦିଲ୍ଲୀରେ ତାଙ୍କର ପରଲୋକ ଘଟିଛି।
ସେ ମସ୍ତିଷ୍କ କର୍କଟ ରୋଗରେ ଆକ୍ରାନ୍ତ ଥିବା ବେଳେ ପ୍ରାୟ ୧ ମାସ ଧରି ସେ ଦିଲ୍ଲୀର ଏକ ଘରୋଇ ହସ୍ପିଟାଲ୍ରେ ଚିକିତ୍ସାଧୀନ ଥିଲେ।
ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା।
ସେ ୧୯୯୯ କାରଗିଲ ଯୁଦ୍ଧରେ ସହ ପଞ୍ଜାବର ଅମୃତସର ଅପରେସନ୍ ବ୍ଲୁ ଷ୍ଟାର୍ ରେ ବି ସାମିଲ୍ ହୋଇଥିଲେ। ଲେଫ୍ଟନାଣ୍ଟ ଜେନେରାଲ୍ କେ.ପି. ଧଳସାମନ୍ତ ରାଷ୍ଟ୍ରୀୟ ରାଇଫଲସ୍ର ଡିଜି ଭାବେ ଅବସର ନେଇଥିଲେ।
ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ଲେଫ୍ଟନାଣ୍ଟ ଜେନେରାଲ କେ.ପି. ଧଳସାମନ୍ତଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ତାଙ୍କ ବିୟୋଗରେ ରାଜ୍ୟ ତଥା ଦେଶ ଜଣେ ସୁଯୋଗ୍ୟ ସନ୍ତାନଙ୍କୁ ହରାଇଛି ଏବଂ ପ୍ରତିରକ୍ଷା କ୍ଷେତ୍ର ପାଇଁ ଏହା ଏକ ଅପୂରଣୀୟ କ୍ଷତି ବୋଲି ଶ୍ରୀ ପଣ୍ଡା ନିଜର ଶୋକ ବାର୍ତ୍ତାରେ କହିଛନ୍ତି। ଶ୍ରୀ ପଣ୍ଡା ଏହି ଦୁଃଖଦ ସମୟରେ ତାଙ୍କ ପରିବାରଙ୍କ ପ୍ରତି ସମବେଦନା ଜ୍ଞାପନ କରିବା ସହ ଅମର ଆତ୍ମାର ସଦ୍ଗତି କାମନା କରିଛନ୍ତି।
Comments are closed.