Latest Odisha News

BREAKING NEWS

ଜଗତସିଂହପୁର: ସଡକ ଦୁର୍ଘଟଣାରେ ପୂର୍ବତନ ସରପଞ୍ଚଙ୍କ ମୃତ୍ୟୁ

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ତରଜଙ୍ଗା ନିକଟରେ ରବିବାର ଦିନ ଏକ ସଡକ ଦୁର୍ଘଟଣାରେ ଜଣେ ପୂର୍ବତନ ସରପଞ୍ଚଙ୍କ ମୃତ୍ୟୁ ଘଟିଛି।

ମୃତକଙ୍କ ନାମ ରମାକାନ୍ତ ରାଉତରାୟ ବୋଲି ଜଣାପଡିଛି ।

ମିଳିଥିବା ସୂଚନାନୁଯାୟୀ ରମାକାନ୍ତ ରାସ୍ତା ପାର ହେଉଥିବା ବେଳେ ଦୁର୍ଭାଗ୍ୟବଶତଃ ଏକ ମୋଟର ସାଇକେଲ ତାଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା ।

ଏହି ଘଟଣାରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିବା ବେଳେ ଉତ୍ତେଜିତ ଲୋକମାନେ ଟାୟାର ଜାଳି କଟକ-ପାରାଦୀପ ରାସ୍ତା ଅବରୋଧ କରିଛନ୍ତି।

ଏହି ରାସ୍ତା ଅବରୋଧ ଫଳରେ ଯାନବାହାନ ଗମନାଗମନ ବାଧାପ୍ରାପ୍ତ ହୋଇଥିବା ବେଳେ ସ୍ଥାନୀୟ ଲୋକମାନେ ମୃତକଙ୍କ ପରିବାର ବର୍ଗଙ୍କୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ରାଶି ପ୍ରଦାନ କରିବା ପାଇଁ ଦାବି କରିଛନ୍ତି ।

ଅନ୍ୟପକ୍ଷରେ ଖବର ପାଇ ପୋଲିସ ଘଟଣାସ୍ତଳରେ ପହଞ୍ଚି ଲୋକମାନଙ୍କୁ ବୁଝାସୁଝା କରିବା ସହ ପରିସ୍ଥିତି ନିୟନ୍ତ୍ରଣାଧିନ କରିଛି ।

Leave A Reply

Your email address will not be published.