Latest Odisha News

ପୂର୍ବତନ କେନ୍ଦ୍ର ମନ୍ତ୍ରୀ ରଘୁବଂଶ ପ୍ରସାଦ ସିଂହଙ୍କ ଦେହାନ୍ତ

ନୂଆଦିଲ୍ଲୀ: ବିହାର ରାଜନୀତିର ହେବିୱେଟ୍ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ରଘୁବଂଶ ପ୍ରସାଦ ସିଂହଙ୍କର ରବିବାର ସକାଳେ ଦେହାନ୍ତ ହୋଇଛି ।

ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା ଏବଂ ସେ ଦିଲ୍ଲୀ ସ୍ଥିତ ଏମ୍ସରେ ଚିକିତ୍ସିତ ହେଉଥିଲେ ।

ପ୍ରାପ୍ତ ସୂଚନାନୁଯାୟୀ, ନିକଟରେ ନିଶ୍ୱାସ ପ୍ରଶ୍ୱାସ ନେବାରେ ଅସୁବିଧା ଅନୁଭବ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେ କରୋନା ସଂକ୍ରମିତ ମଧ୍ୟ ଚିହ୍ନଟ ହୋଇଥିଲେ । ତେବେ ସେ ଗତ ୪ ଦିନ ହେବ ଭେଣ୍ଟିଲେଣ୍ଟର ସପୋର୍ଟରେ ରହିଥିଲେ ବୋଲି ସୂଚନା ମିଳିଛି ।

ସୂଚନାଯୋଗ୍ୟ, କିଛି ଦିନ ତଳେ ସେ ଲାଲୁ ପ୍ରସାଦ ଯାଦବଙ୍କ ଦଳ ଆରଜେଡିରୁ ଇସ୍ତଫା ଦେଇଥିଲେ । ତାଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ବ୍ୟତିତ ଅନେକ ନେତା ଶୋକ ବ୍ୟକ୍ତ କରିଛନ୍ତି ।

 

Leave A Reply

Your email address will not be published.