Latest Odisha News

BREAKING NEWS

‘ଏକ୍ସଟିକ ଇଡେନ-ଦି ଲଭର୍ସ ଡେଷ୍ଟିନେସନ ଅଫ ଓଡ଼ିଶା’ ପୁସ୍ତକ ରାଜ୍ୟପାଳଙ୍କ ଦ୍ୱାରା ଉନ୍ମୋଚିତ

ଭୁବନେଶ୍ୱର : ବିଶିଷ୍ଟ ଗବେଷକ ତଥା ସାମ୍ବାଦିକ ଜିତେନ୍ଦ୍ର ପଟ୍ଟନାୟକ ଏବଂ ବିଶିଷ୍ଟ ଶିକ୍ଷାବିତ ଶୁଭେନ୍ଦୁ ମହାନ୍ତିଙ୍କ ଦ୍ୱାରା ଲିଖିତ ‘ଏକ୍ସଟିକ ଇଡେନ-ଦି ଲଭର୍ସ ଡେଷ୍ଟିନେସନ ଅଫ ଓଡ଼ିଶା’ ପୁସ୍ତକ ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଦ୍ୱାରା ରାଜଭବନ ପରିସରରେ ଉନ୍ମୋଚିତ ହୋଇଯାଇଛି । ୧୪୦ ପୃଷ୍ଠାର ଏହି ପୁସ୍ତକଟି ପ ସମ୍ପୂର୍ଣ୍ଣ ରଙ୍ଗୀନ ଏବଂ ଏଥିରେ ଓଡ଼ିଶାର ୩୦ ଟି ‘ଗ୍ଲାମର ଟୁରିଷ୍ଟ ସ୍ପଟ’ର ସମ୍ପୂର୍ଣ୍ଣ ବିବରଣୀ ସହଫଟୋ ଦିଆଯାଇଛି । ଏଇ ଅନାଲୋଚିତ ‘ପ୍ରେମର ପ୍ରତୀକ’ ପର୍ଯ୍ୟଟନ ସ୍ଥଳୀଗୁଡ଼ିକ ମଧ୍ୟରେ- ହନିମୁନ ଆଇଲ୍ୟାଣ୍ଡ, ପୁଟୁଡ଼ି, କୋଇଲି ଘୋଘର, ଫୁର୍ଲିଝରଣ, ରାଜହଂସ, ଦେଓମାଳି, ଦାରିଙ୍ଗବାଡ଼ି, ସରାଫଗଡ଼-ବାଡ଼ୁନଝରିଆ,ତାଳସାରି, ପ୍ରଧାନପାଟ, ଦେବ୍ରୀଗଡ଼, ଚନ୍ଦ୍ରଭାଗା, ଭିତରକନିକା, ହୀରାକୁଦ ଓ ଗୋଲଡେନ ବିଚ ଅନ୍ୟତମ । ଦେଶ ତଥା ବିଦେଶରୁ ଓଡ଼ିଶା ଭ୍ରମଣ ପାଇଁ ଆସୁଥିବା ପର୍ଯ୍ୟଟକମାନେ ଏହି ପୁସ୍ତକ ମାଧ୍ୟମରେ ପର୍ଯ୍ୟଟନ ସ୍ଥଳୀ ବିଷୟରେ ଜାଣିବା ସହ ଅନ୍ୟାନ୍ୟ ବିବରଣୀ ମଧ୍ୟ ପାଇପାରିବେ। ଏହା ସହ ଓଡ଼ିଶା ସରକାରଙ୍କ ଦ୍ୱାରା ପର୍ଯ୍ୟଟକଙ୍କ ପାଇଁ କରାଯାଇଥିବା ସୁରକ୍ଷା ବ୍ୟବସ୍ଥା ଏବଂ ରାଜ୍ୟ ପର୍ଯ୍ୟଟନ ବିଭାଗ ଦ୍ୱାରା ଜାରି ହୋଇଥିବା ଗୁରୁତ୍ୱପୂର୍ଣ୍ଣ ଟେଲିଫୋନ ନମ୍ବର ଓ ହେଲ୍ପଲାଇନ ବିଷୟରେ ମଧ୍ୟ ସୂଚନା ପାଇପାରିବେ ।

ଅନ୍ତର୍ଜାତୀୟ ସ୍ତରରେ ପର୍ଯ୍ୟଟକମାନଙ୍କ ପାଇଁ ଉକ୍ତ ପୁସ୍ତକ ବେଶ ଉପଯୋଗୀ ହେବ ଏବଂ ଓଡ଼ିଶାକୁ ଅଧିକ ସଂଖ୍ୟାରେ ପର୍ଯ୍ୟଟକ ଆକର୍ଷିତ ହେବେ ବୋଲି ରାଜ୍ୟପାଳ ଏହି ଅବସରରେ ମତବ୍ୟକ୍ତ କରିଛନ୍ତି । ଏହି ପୁସ୍ତକଟି ଅନଲାଇନ ସାଇଟରେ ଉପଲବ୍ଧ ହେବା ସହ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ମଧ୍ୟ ଯାତ୍ରୀଙ୍କ ପାଇଁ ଯୋଗାଇଦିଆ ଯିବାର ଯୋଜନା ରହିଛି ।

 

Leave A Reply

Your email address will not be published.