Latest Odisha News

BREAKING NEWS

ଆହୁରି ବର୍ଷିବ, ୯ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବର୍ତ୍ତମାନ ୱେଲମାର୍କ ଲୋ ପ୍ରେସରରେ ପରିଣତ ହୋଇଛି । ଏହାସହ ଅଧିକ ଘନିଭୂତ ହେବାରେ ଲାଗିଛି । ଏହାର ପ୍ରଭାବରେ ରାଜ୍ୟରେ କେତେକ ଜିଲ୍ଲାରେ ବର୍ଷା ମଧ୍ୟ ଜାରି ରହିଛି । କିନ୍ତୁ ୨୬ ଓ ୨୭ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୯ଜିଲ୍ଲାକୁ ରେଡ଼ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।

୨୬ ତାରଖ ସନ୍ଧ୍ୟା ସୁଦ୍ଧା ଓଡିଶାର ଜିଲ୍ଲାର ଅଧିକାଂଶ ଜିଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ରେଡ୍‌ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କଅ ରହିବାକୁ ଏସ୍‌ଆର୍‌ସି ନିର୍ଦ୍ଦେଶ ଦେଇଛନ୍ତି ।

ସେହିପରି ପୁରୀ, ଖୋର୍ଦ୍ଧା, ଅନୁଗୁଳ, ଦେବଗଡ, ସୁନ୍ଦରଗଡ, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, ଏବଂ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଏଥିସହ ଝାରସୁଗୁଡା, ବରଗଡ, ନୟାଗଡ଼, ଗଞ୍ଜାମ, ନୂଆପଡା, ନବରଙ୍ଗପୁର, ମାଲକାନଗିରି, ଏବଂ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

 

Leave A Reply

Your email address will not be published.