Latest Odisha News

BREAKING NEWS

୨ ଦିନ ଅତିପ୍ରବଳ ବର୍ଷା, ଏସବୁ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଉତ୍ତରପୂର୍ବ ବଙ୍ଗୋପସାଗରରେ ଅବପାତ ଗଭୀର ଅବପାତରେ ପରିଣତ ହୋଇଛି । ଏହା କ୍ରମଶଃ ଉତ୍ତରପଶ୍ଚିମ ଦିଗକୁ ଗତି କରି ବାଂଲାଦେଶ ଉପକୂଳ ଅତିକ୍ରମ କରିବ । ପ୍ରଭାବରେ ରାଜ୍ୟରେ ଆଜି ଓ ଆସନ୍ତାକାଲି ୨ ଦିନ ଅତି ପ୍ରବଳ ବର୍ଷା ହେବ ।

ଆଜି ପାଇଁ ବାଲେଶ୍ୱର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ପାଣିପାଗ ବିଭାଗ ରେଡ୍ ୱାର୍ଣ୍ଣିଂ ଦେଇଥିବା ବେଳେ ଯାଜପୁର, ଭଦ୍ରକ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୋନପୁର, ବୌଦ୍ଧ, ସୁନ୍ଦରଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ ଓ ବାଲେଶ୍ୱର ଜିଲ୍ଲାକୁ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ରହିଛି ।

ସେହିଭଳି ଆସନ୍ତାକାଲି ଅଗଷ୍ଟ ୨ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁର ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ରହିଥିବା ବେଳେ ଦେବଗଡ଼, ଅନୁଗୁଳ, କେନ୍ଦୁଝର, ସୋନପୁର, ବୌଦ୍ଧ, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଦିଆଯାଇଛି ।

ଅଗଷ୍ଟ ୩ରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଅଗଷ୍ଟ ୪ ଓ ୫ ତାରିଖ ପାଇଁ କୌଣସି ଆଲର୍ଟ ନଥିବା ବେଳେ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

Leave A Reply

Your email address will not be published.