Latest Odisha News

ଶ୍ରୀମନ୍ଦିର ଭକ୍ତନିବାସ ନାମରେ ନକଲି ୱେବସାଇଟ୍ ଠକେଇ ଘଟଣା; ଆଇନଗତ କାର୍ଯ୍ୟାନୁଷ୍ଠାନ ଦାବି

ପୁରୀ: ପୁରୀ ଶ୍ରୀମନ୍ଦିର ପ୍ରଶାସନର ଭକ୍ତନିବାସ ଗୁଡିକ ନାମରେ ନକଲି ୱେବସାଇଟ୍ ଖୋଲି ଠକେଇ ଘଟଣା । ଏହି ମାମଲା ନଜରକୁ ଆସିବାପରେ, ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ କ୍ରାଇମବ୍ରାଞ୍ଚ ଡିଜିଙ୍କୁ ଅନୁରୋଧ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଡ. ଅରବିନ୍ଦ ପାଢୀ ।

ଏକ ଚିଠି ମାଧ୍ୟମରେ ମୁଖ୍ୟ ପ୍ରଶାସକ ଜଣାଇଛନ୍ତି ଯେ, ଶ୍ରୀମନ୍ଦିରର ନିଜସ୍ବ ୱେବସାଇଟ୍ www.shreejagannatha.in ଏବଂ www.stayatpurijagannatha.in ମାଧ୍ୟମରେ ଭକ୍ତନିବାସ ଗୁଡିକର ବୁକିଂ ହୋଇ ଆସୁଛି । କିନ୍ତୁ କିଛି ଖଳବ୍ୟକ୍ତି ନକଲି ୱେବସାଇଟ୍ ତିଆରିକରି ଭକ୍ତନିବାସ ନାମରେ ଲୋକଙ୍କୁ ଠକେଇ କରିଥିବାର ପ୍ରମାଣ ପାଇଛି ଶ୍ରୀମନ୍ଦିର ପ୍ରଶାସନ ।

ଏପରିକି ଏକ ନକଲି ବ୍ୟାଙ୍କ ଆକାଉଣ୍ଟ ଖୋଲାଯାଇ ଏହି ଠକେଇ ପାଇଁ ଦେଣନେଣ ହୋଇଛି । ତେଣୁ ତୁରନ୍ତ ଏନେଇ ପଦକ୍ଷେପ ନେବାକୁ ଚିଠିରେ ଅନୁରୋଧ କରାଯାଇଛି । ଏହାସହିତ ପୂର୍ବରୁ ବିଭିନ୍ନ ଥାନାରେ ଦାଖଲ ହୋଇଥିବା ଏଫ୍.ଆଇ.ଆର୍ ଗୁଡିକର ତଥ୍ୟ ମଧ୍ୟ ସଂଲଗ୍ନ କରାଯାଇଅଛି ।

Comments are closed.