Latest Odisha News

BREAKING NEWS

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ କଲେ ୯୨ ଖଣ୍ଡ ଗ୍ରାମର ଚାଷୀ

ଅନୁଗୋଳ: ଅନୁଗୋଳ ଜିଲ୍ଲା ଚାଷୀ ସୁରକ୍ଷା କମିଟି ପକ୍ଷରୁ ମଙ୍ଗଳବାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ବିଭିନ୍ନ ଦାବି ନେଇ ୯୨ ଖଣ୍ଡ ଗ୍ରାମର ୩ ହଜାରରୁ ଅଧିକ ଚାଷୀ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଥିଲେ । ପରେ ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଏକ ଦାବି ପତ୍ର ପ୍ରଦାନ କରିଥିଲେ।

ଜିଲ୍ଲାର ୯୨ଟି ରାଜସ୍ୱ ଗ୍ରାମରୁ ଚକବନ୍ଦୀ ରେକର୍ଡ ଉଚ୍ଛେଦ କରିବା ସହିତ ଜମି ବିକ୍ରି କରିବା ଏବଂ ଅଧିଗ୍ରହଣ ସ୍ଥଗିତ ରଖିବା ନେଇ ଦାବି କରିଥିଲେ । ଚାଷୀମାନେ ଅଭିଯୋଗ କରିଛନ୍ତି ଯେ, ୧୪ ମାସ ତଳେ ଜିଲାର ୯୨ ଗ୍ରାମର ଚାଷୀମାନେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ଚାଷୀମାନଙ୍କ ବିଷୟରେ ଆଲୋଚନା କରାଯାଇ ପଦକ୍ଷେପ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ମିଳିଥିଲା । ହେଲେ ଏ ପର୍ଯ୍ୟନ୍ତ କୌଣସି ପଦକ୍ଷେପ ଗ୍ରହଣ କରା ନ ଯିିବାରୁ ମଙ୍ଗଳବାର ପୁଣି ଚାଷୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି ।

ଯଦି ସରକାରଙ୍କ ତରଫରୁ ତୁରନ୍ତ ପଦକ୍ଷେପ ନିଆ ନ ଯାଏ ତାହାହେଲେ ଦିବାରାତ୍ର ଧାରଣା ଦିଆଯିବ ବୋଲି ଚାଷୀମାନେ ଚେତାବନୀ ଦେଇଛନ୍ତି ।

Leave A Reply

Your email address will not be published.