ନୂଆଦିଲ୍ଲୀ: ନୂଆ କୃଷି ଆଇନ ପ୍ରତ୍ୟାହାର ଦାବିରେ କୃଷକ ସଂଗଠନ ଚଳାଇଥିବା ଆନ୍ଦୋଳ ୧୬ ଦିନରେ ପହଞ୍ଚିଛି । ସରକାର ଦାବି ପୂରଣ ନକରିବା ଯାଏ ଆନ୍ଦୋଳନରୁ ହଟିବେ ନାହିଁ ବୋଲି ସଫା ସଫା ଶୁଣାଇ ଦେଇଛନ୍ତି କୃଷ୍କ ସଂଗଠନ । ସରକାରଙ୍କ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛନ୍ତି । ଏବେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି କୃଷକ ସଂଗଠନ । କୃଷି ଆଇନ ବିରୋଧରେ ଭାରତୀୟ କୃଷକ ସଂଗଠନ ପକ୍ଷରୁ ସୁପ୍ରିମକୋର୍ଟରେ ପିଟିସନ ଫାଇଲ୍ କରାଯାଇଛି ।

କୃଷକ ସଂଗଠନ ପକ୍ଷରୁ କରାଯାଇଥିବା ଆବେଦନରେ କେନ୍ଦ୍ର ସରକାର ଆଣିଥିବା ୩ଟି ଯାକ ଆଇନକୁ ଚ୍ୟାଲେଞ୍ଜ କରାଯାଇଛି । ଆଇନ ପ୍ରତ୍ୟାହାର ନ ହେବା ଯାଏ ଆନ୍ଦୋଳନ ଶେଷ ହେବ ନାହିଁ ବୋଲି କେନ୍ଦ୍ର ସରକାରଙ୍କୁ ଚେତାବନୀ ଦେଇଛନ୍ତି ଆନ୍ଦୋଳନକାରୀ ଚାଷୀ । ବରଂ ଆନ୍ଦୋଳନକୁ ଆହୁରି ଜୋରଦାର କରାଯିବ ବୋଲି କହିଛନ୍ତି ।

ଆସନ୍ତା ୧୪ ତାରିଖରେ ଦିଲ୍ଲୀ ଚଲୋ ଡକରା ଦେଇଛନ୍ତି ଚାଷୀ । କେନ୍ଦ୍ର ସରକାର ଆଣିଥିବା ୩ଟି ନୂଆ କୃଷି ଆଇନକୁ ଦେଶବ୍ୟାପୀ ଚାଷୀ ବିରୋଧ କରିଛନ୍ତି । ଏହି ଆଇନଗୁଡ଼ିକୁ ପ୍ରତ୍ୟାହାର କରିବା ଦାବିରେ କୃଷକ ସଂଗଠନଗୁଡ଼ିକ ୧୬ ଦିନ ଧରି ଆନ୍ଦୋଳନ ଚଳାଇଛନ୍ତି । ଦିଲ୍ଲୀ ସିଂଘୁ ସୀାମାରେ ହଜାର ହଜାର ଚାଷୀ ଆନ୍ଦୋଳନରେ ବସିଛନ୍ତି । ସେହିପରି କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି ସୁପ୍ରିମକୋର୍ଟରେ ୬ଟି ପିଟିସନ୍ ଫାଇଲ୍ ହୋଇଛି ।
BREAKING NEWS
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
- Rourkela Plane Crash: ରାଉରକେଲା ବିମାନ ଦୁର୍ଘଟଣା; ସ୍ଥାନୀୟ ଜନସାଧାରଣଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
- ଟି୨୦ ବିଶ୍ୱକପ: ଚର୍ଚ୍ଚାରେ ଅକ୍ଷର ପଟେଲଙ୍କ ବୟାନ
Comments are closed.