ସମ୍ବଲପୁର: ପୋଲିସକୁ ମରଣାନ୍ତକ ଆକ୍ରମଣ। ଦୁର୍ବୃତ୍ତଙ୍କ ଖଣ୍ଡା ଚୋଟରେ ଛିଡିଯାଇଛି ପୋଲିସ କନଷ୍ଟେବଲଙ୍କ ହାତ ପାପୁଲି। ଏପରି ଘଟଣା ଘଟିଛି ସମ୍ବଲପୁର ଜିଲ୍ଲା ବୁର୍ଲା ଥାନା ଅନ୍ତର୍ଗତ ଝରାପାଲି ଗାଁରେ। ଆହତ କନଷ୍ଟେବଲଙ୍କ ନାଁ ସରୋଜ ଭୋଇ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି। କୌଣସି କାରଣକୁ ଝରାପାଲି ଗାଁରେ ନେଇ ଗଣ୍ଡଗୋଳ ହୋଇଥିଲା। କନଷ୍ଟେବଲ ସରୋଜଙ୍କ ସହ ପୋଲିସ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପାଇଁ ଚେଷ୍ଟା କରିଥିଲେ। ପରେ ଉତ୍ତ୍ୟକ୍ତ ଲୋକମାନେ ପୋଲିସ ଟିମ୍ ଉପରକୁ ଆକ୍ରମଣ କରିଥିବା ଜାଣିବାକୁ ମିଳିଛି। ସେମାନଙ୍କ ମଧ୍ୟରୁ ଜଣେ ଦୁର୍ବୃତ୍ତ ଧାରୁଆ ଅସ୍ତ୍ରରେ ସରୋଜଙ୍କୁ ଆକ୍ରମଣ କରିଥିଲେ। ସରୋଜଙ୍କ ପାପୁଲିରେ ଆଘାତ ଲାଗିବା ସହ ପାପୁଲି ଅଧା କଟିଯାଇଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ବୁର୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତାଙ୍କୁ କଟକ ସ୍ଥାନାନ୍ତର କରାଯିବ ବୋଲି ସୂଚନା ମିଳିଛି। ଅନ୍ୟପକ୍ଷରେ ପୋଲିସ ଅଭିଯୁକ୍ତକୁ ଧରିବାକୁ ତଦନ୍ତ ଜାରି ରଖିଛି।
BREAKING NEWS
- ୩୩ ଜଣ ମାଓବାଦୀ ଆତ୍ମସମର୍ପଣ, ମାଓ ଡମ୍ପରୁ ୭କିଲୋ ସୁନା ସହ ୧୪ କୋଟିରୁ ଊର୍ଦ୍ଧ୍ବ…
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
- ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…
- ଅବସର କେବେ ନେବେ କହିଲେ ସାମୀ
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
- ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
Comments are closed.