ସମ୍ବଲପୁର: ପୋଲିସକୁ ମରଣାନ୍ତକ ଆକ୍ରମଣ। ଦୁର୍ବୃତ୍ତଙ୍କ ଖଣ୍ଡା ଚୋଟରେ ଛିଡିଯାଇଛି ପୋଲିସ କନଷ୍ଟେବଲଙ୍କ ହାତ ପାପୁଲି। ଏପରି ଘଟଣା ଘଟିଛି ସମ୍ବଲପୁର ଜିଲ୍ଲା ବୁର୍ଲା ଥାନା ଅନ୍ତର୍ଗତ ଝରାପାଲି ଗାଁରେ। ଆହତ କନଷ୍ଟେବଲଙ୍କ ନାଁ ସରୋଜ ଭୋଇ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି। କୌଣସି କାରଣକୁ ଝରାପାଲି ଗାଁରେ ନେଇ ଗଣ୍ଡଗୋଳ ହୋଇଥିଲା। କନଷ୍ଟେବଲ ସରୋଜଙ୍କ ସହ ପୋଲିସ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପାଇଁ ଚେଷ୍ଟା କରିଥିଲେ। ପରେ ଉତ୍ତ୍ୟକ୍ତ ଲୋକମାନେ ପୋଲିସ ଟିମ୍ ଉପରକୁ ଆକ୍ରମଣ କରିଥିବା ଜାଣିବାକୁ ମିଳିଛି। ସେମାନଙ୍କ ମଧ୍ୟରୁ ଜଣେ ଦୁର୍ବୃତ୍ତ ଧାରୁଆ ଅସ୍ତ୍ରରେ ସରୋଜଙ୍କୁ ଆକ୍ରମଣ କରିଥିଲେ। ସରୋଜଙ୍କ ପାପୁଲିରେ ଆଘାତ ଲାଗିବା ସହ ପାପୁଲି ଅଧା କଟିଯାଇଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ବୁର୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତାଙ୍କୁ କଟକ ସ୍ଥାନାନ୍ତର କରାଯିବ ବୋଲି ସୂଚନା ମିଳିଛି। ଅନ୍ୟପକ୍ଷରେ ପୋଲିସ ଅଭିଯୁକ୍ତକୁ ଧରିବାକୁ ତଦନ୍ତ ଜାରି ରଖିଛି।
BREAKING NEWS
- Spying For Pakistan: ପାକ୍ ଗୁପ୍ତଚରଙ୍କୁ ଗୋପନୀୟ ତଥ୍ୟ ପଠାଉଥିବା ଅଭିଯୋଗରେ ଅବସରପ୍ରାପ୍ତ IAF ଅଧିକାରୀ ଗିରଫ
- Odisha Masters 2025:ଡିସେମ୍ବର ୧୪ରେ ଫାଇନାଲ ମ୍ୟାଚ; ଏହି ଭାରତୀୟ ଖେଳାଳୀ ଦେଖାଇବେ ଦମ୍
- କୃଷିର ନିରନ୍ତର ଅଭିବୃଦ୍ଧି ପାଇଁ ଶୀତଳ ଭଣ୍ଡାର ଏକ ସହାୟକ ପରିବେଶ ସୃଷ୍ଟି କରିବ: କୃଷି ମନ୍ତ୍ରୀ
- ପରଲୋକରେ ବରିଷ୍ଠ ସାମ୍ବାଦିକ ଦୁଲାଲ ମିଶ୍ର
- ଟାଟା ଷ୍ଟିଲ୍ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ୱେଷଣରେ ସମ୍ବର୍ଦ୍ଧିତ ହେଲେ ରାଜ୍ୟର ୩୦ ଛାତ୍ରଛାତ୍ରୀ; ଯିବେ ISRO
- ବନ୍ଦେ ଭାରତ ଟ୍ରେନରେ ମିଳିବ ସ୍ଥାନୀୟ ଖାଦ୍ୟ, ପରେ ଅନ୍ୟ ଟ୍ରେନରେ ବି ହେବ ଉପଲବ୍ଧ…
- ସତରେ କଣ ଘରର ସୁନା ଯୋଗିଥାଏ ସାପ ? କ’ଣ କହୁଛି ଧର୍ମ…
- ଆପଣଙ୍କ ଶରୀରରେ ରହିଛିକି ଭିଟାମିନ ଡି ଅଭାବ: ସାବଧାନ! ମନକୁ ଆସିପାରେ ଆତ୍ମତ୍ୟା କରିବାର ଚିନ୍ତା…
- ନିଜ ଦେହର ମାଂସ ଖାଇଗଲେ କଏଦୀ ! ଛାତିଥରା ଘଟଣା
- ଆପଣଙ୍କ ପାସୱାର୍ଡ ଆଉ ଜଣଙ୍କ ପାଖରେ! ଜାଣନ୍ତୁ କିଏ…
Comments are closed.