ବ୍ରହ୍ମପୁର: ଦୀପାବଳି ପାଳନ ଭିତରେ ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ପଢ଼ାଳ ଗ୍ରାମରେ ଘଟି ଯାଇଛି ଏକ ବଡ଼ ଅଘଟଣ। ପୁଅର ଛୁରା ମାଡ଼ରେ ବାପାଙ୍କ ଜୀବନ ଚାଲିଯାଇଛି। ଘଟଣା ପରେ ପୁଅ ଚମ୍ପଟ ମାରିଛି।
ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ସୋମବାର ରାତି ପ୍ରାୟ ୮ଟା ବେଳେ ପଢ଼ାଳ ଗ୍ରାମର ଦେବରାଜ ନାହାକ(୬୪ )ଓ ତାଙ୍କ ପୁଅ ଅରୁଣ ନାହାକ(୩୩)ଙ୍କ ମଧ୍ୟରେ କୌଣସି ଏକ ବିଷୟକୁ ନେଇ ଝଗଡ଼ା ସୃଷ୍ଟି ହୋଇଥିଲା। ଗାଁ ଦାଣ୍ଡରେ ଉଭୟଙ୍କ ମଧ୍ୟରେ କିଛି ସମୟ ପାଇଁ ଝଗଡ଼ା ଲାଗି ରହିଥିଲା। ଉତ୍କ୍ଷୀପ୍ତ ହୋଇ ପୁଅ ଅରୁଣ ଏକ ଛୁରିରେ ବାପା ଦେବରାଜଙ୍କୁ ବାରମ୍ବାର ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ଦେବରାଜ ଛଟପଟ ହେଉଥିବା ବେଳେ ଅରୁଣ ଫେରାର୍ ହୋଇଯାଇଥିଲେ। ଦେବରାଜଙ୍କୁ ରକ୍ତାକ୍ତ ଅବସ୍ଥାରେ ପରିବାର ଲୋକେ ଉଦ୍ଧାର କରି ଆସିକା ଉପଖଣ୍ଡ ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ। ମଙ୍ଗଳବାର ଦେବରାଜଙ୍କ ଶବର ପଞ୍ଚନାମା କରାଯିବା ସହିତ ଘଟଣାସ୍ଥଳକୁ ଫରେନ୍ସିକ୍ ଟିମ୍ ଯାଇ ତଦନ୍ତ କରୁଥିବା ଆସିକା ଆଇଆଇସି ପ୍ରଶାନ୍ତ କୁମାର ସାହୁ ସୂଚନା ଦେଇଛନ୍ତି। ପୁଲିସ ମାମଲା ରୁଜୁ କରି ତଦନ୍ତ କରୁଥିବା ବେଳେ ଅରୁଣଙ୍କ ଗିରଫ ପାଇଁ ଉଦ୍ୟମ ଚାଲିଥିବା ସେ ପ୍ରକାଶ କରିଛନ୍ତି।
BREAKING NEWS
- Isreal After Trump says leave War: ଯୁଦ୍ଧରେ ଆମେରିକାଠୁ ଅଲଗା ହେଲା କି ଇସ୍ରାଏଲ? ଟ୍ରମ୍ପଙ୍କ ବୟାନ ପରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା…
- PM Modi Assam Visits: ଚା ବଗିଚାରେ ହଠାତ୍ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ, ମହିଳାଙ୍କ ସହ ଛିଣ୍ଡାଇଲେ ଚା ପତ୍ର…
- ଭାରତରେ ପ୍ରଥମ ଥର ପାଇଁ କେବେ ଆସିଥିଲା ପେଟ୍ରୋଲ? ଜାଣନ୍ତୁ କେଉଁ ଦେଶରୁ ଆମଦାନି ହୋଇଥିଲା..
- Hydroponic Ganja: ହାଇଡ୍ରୋପୋନିକ୍ ଗଞ୍ଜେଇ କ’ଣ? କାହିଁକି ବୃଦ୍ଧି ପାଉଛି ଚୋରା ଚାଲାଣ?
- Iran War: ଶୀଘ୍ର ପଡ଼ିବ ଯୁଦ୍ଧରେ ଯବନିକା!, କହିଦେଲେ ଟ୍ରମ୍ପ…
- ରୁଷିଆରେ ସେନା ବିମାନ ଦୁର୍ଘଟଣା: ୨୯ ମୃତ
- ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ, ସର୍ଚ୍ଚ ଅପରେସନ ଜାରି
- ଆଜିଠୁ ATMରୁ ଟଙ୍କା ଉଠାଣ ସୀମା ବଦଳିଲା, ନୂଆ ଆୟକର ଆଇନ ଲାଗୁ
- ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
- ଆଜି ଉତ୍କଳ ଦିବସ, ସ୍ୱତନ୍ତ୍ର ଓଡ଼ିଶା ଗଠନକୁ ପୂରିଲା ୯୦ ବର୍ଷ
Comments are closed.