Latest Odisha News

BREAKING NEWS

ପୁରୀ: ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ବାପ ଓ ପୁଅ ମୃତ

ପୁରୀ : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ପୀଠପାଟଣା ଛକ ନିକଟରେ ମଙ୍ଗଳବାର ରାତିରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ବାପ ଓ ପୁଅଙ୍କର ଶୋଚନୀୟ ମୃତ୍ୟୁ ହେବା ସହ ଜଣେ ଗୁରୁତର ଆହତ ହୋଇଛନ୍ତି ।

ମୃତକଙ୍କ ନାମ ପବନ ବେହେରା (୫୫) ଓ ଧଡିଆ ବେହେରା (୩୫) ହୋଇଥିବାବେଳେ ସେ ଜେନାପୁର ଅଞ୍ଚଳର ବାସିନ୍ଦା ବୋଲି ଜଣାପଡିଛି ।

ମିଳିଥିବା ସୂଚନାଅନୁଯାୟୀ ଗୋଟିଏ ବାଇକରେ ବାପ, ପୁଅଙ୍କ ସମେତ ଅନ୍ୟ ଜଣେ ବ୍ୟକ୍ତି ଯାଉଥିବାବେଳେ ରାସ୍ତା କଡରେ ଥିବା ଏକ ଟ୍ରକକୁ ଧକ୍କା ଦେବା ଫଳରେ ଦୁର୍ଘଟଣା ଘଟିଥିଲା । ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣଙ୍କୁ ଭୁବନେଶ୍ୱର ସ୍ଥିତ ଏକ ହସ୍ପିଟାଲରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଛି ।

ତେବେ ପୋଲିସ ପାରିପାଶ୍ୱିର୍କ ସ୍ଥିତି ପରଖିବା ସହ ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.