Latest Odisha News

BREAKING NEWS

ଶ୍ରୀମନ୍ଦିରରେ ରକ୍ତଛିଟା, ରିପୋର୍ଟ ଦେବାକୁ ଶ୍ରୀମନ୍ଦିର ପ୍ରଶାସନର ନିର୍ଦ୍ଦେଶ

ପୁରୀ : ଶ୍ରୀମନ୍ଦିରରେ ଅଭାବନୀୟ ଘଟଣା । ଭିତରକାଠ ନିକଟରେ ରକ୍ତ ଛିଟା ପଡ଼ିବାରୁ ମହାପ୍ରଭୁଙ୍କୁ କରାଯାଇଛି ମହାସ୍ନାନ । ଆଜି ଶ୍ରୀମନ୍ଦିରରେ ଦୁଇ ଜଣ ଜେଟିପି ଗଙ୍ଗା ପ୍ରଧାନ ଓ ମନୋଜ ପାଣିଗ୍ରାହୀଙ୍କ ମଧ୍ୟରେ ମାରପିଟ୍ ହୋଇଥିଲା । ଗଣ୍ଡଗୋଳରେ ମନୋଜ ପାଣିଗ୍ରାହୀଙ୍କ ମୁଣ୍ଡ ଫାଟିଯିବାରୁ ଭିତରକାଠ ସମ୍ମୁଖରେ ରକ୍ତ ଛିଟା ପଡ଼ିଥିଲା । ମନ୍ଦିରରେ ରକ୍ତଛିଟି ପଡ଼ିବା ପରେ ଶ୍ରୀଜିଉଙ୍କୁ ମହାସ୍ନାନ କରାଯାଇଛି । ଆହତ ମନୋଜଙ୍କୁ ପୁରୀ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ଦୁଇ ଜେଟିପିଙ୍କ ମଧ୍ୟରେ ମାରପିଟ୍ ଘଟଣାରେ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି । ଘଟଣାର ତଦନ୍ତ କରିବାକୁ ଶ୍ରୀମନ୍ଦିର ସୁରକ୍ଷା ପ୍ରଶାସକଙ୍କୁ ଦାୟିତ୍ବ ଦିଆଯାଇଛି । ଆସନ୍ତାକାଲି ସୁଦ୍ଧା ତଦନ୍ତ ରିପୋର୍ଟ ପ୍ରଦାନ କରିବାକୁ ଶ୍ରୀମନ୍ଦିର ପ୍ରଶାସନ ନିର୍ଦ୍ଦେଶ ଦେଇଛି ।

Leave A Reply

Your email address will not be published.