ନୂଆଦିଲ୍ଲୀ: କରୋନା ସଂକଟ ମଧ୍ୟରେ କେନ୍ଦ୍ର ସରକାର ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । କେନ୍ଦ୍ର କର୍ମଚାରୀଙ୍କ ବର୍ଦ୍ଧିତ ମହଙ୍ଗା ଭତ୍ତାକୁ ବାତିଲ କରାଯାଇଛି । ୨୦୨୧ ଜୁଲାଇ ଯାଏଁ କେନ୍ଦ୍ର କର୍ମଚାରୀଙ୍କ ବର୍ଦ୍ଧିତ ମହଙ୍ଗା ଭତ୍ତା ଉପରେ କଟକଣା ଜାରି କରାଯାଇଛି ।
ଏହି ନିଷ୍ପତତ୍ତ ଦ୍ୱାରା ୨୦୨୦ ଜାନୁଆରୀରୁ ୩୦ ଜୁନ ୨୦୨୧ ଯାଏଁ କୌଣସି ଭତ୍ତା ଦିଆଯିବନାହିଁ । କେନ୍ଦ୍ର ସରକାରଙ୍କ ପେନସନଭୋଗୀଙ୍କ ଉପରେ ମଧ୍ୟ ଏହି ନିର୍ଦ୍ଦେଶନାମା ଜାରି ହେବ । ଗତମାସରେ କେନ୍ଦ୍ର କ୍ୟାବିନେଟରେ ୪ ପ୍ରତିଶତ ମହଙ୍ଗା ଭତା ବଢାଇବା ନେଇ ନିଷ୍ପତି ହୋଇଥିଲା । ଫଳରେ ସେମାନଙ୍କ ମହଙ୍ଗା ଭତା ୧୭ ପ୍ରତିଶତରୁ ବଢି ୨୧ ପ୍ରତିଶତ ହୋଇଥିଲା ।
କିନ୍ତୁ କରୋନା ସଂକଟ ଦେଶର ଆର୍ଥ ବ୍ୟବସ୍ଥା ଉପରେ ଗଭୀର ପ୍ରଭାବ ପକାଇଛି । ଏଥିଯୋଗୁଁ କେନ୍ଦ୍ର ସରକାର ବର୍ଦ୍ଧିତ ମହଙ୍ଗା ଭତ୍ତାକୁ ବାତିଲ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ।
BREAKING NEWS
- ପୁଣି ସାମ୍ନାକୁ ଆସିଲା ଜନନୀ ଯନ୍ତ୍ରଣା!୪ କି.ମି.ଖଟିଆରେ ବୁହାହେଲେ ମା’ ଓ ନବଜାତ ଶିଶୁ
- France in flames: ଜଳୁଛି ଫ୍ରାନ୍ସ; ଦୁଇଟି ବିଶ୍ୱଯୁଦ୍ଧର ଝଡ଼ ସହିଥିଲା, ଦଙ୍ଗାର ନିଆଁରେ ଛାରଖାର ୧୪୩ ବର୍ଷର ଐତିହାସିକ ଟାଉନ୍ ହଲ୍!
- Odisha Durga Puja 2026: ମା’ ଦୁର୍ଗାଙ୍କ ଆରାଧନାରେ ଭକ୍ତିମୟ ପରିବେଶ..ଆଜି ମଣ୍ଡପରେ ମହାସପ୍ତମୀ ପୂଜା, ପୀଠରେ ମହାଷ୍ଟମୀ
- Gwalior Temple Tragedy:ମନ୍ଦିର କାନ୍ଥ ଭାଙ୍ଗି ଭିତରକୁ ପଶିଲା ଟ୍ରକ୍; ଚାପି ହୋଇ ୧୩ ଭକ୍ତଙ୍କ ମୃତ୍ୟୁ
- Chorbagan Sarbojanin Durga Pandal Stampede:ମୃତ୍ୟୁ ସଂଖ୍ୟା ୧୯କୁ ବୃଦ୍ଧି;ମୁଖ୍ୟମନ୍ତ୍ରୀଙ୍କ ଘୋଷଣା-ମୃତକଙ୍କ ପରିବାରକୁ ୨୫ ଲକ୍ଷର କ୍ଷତିପୂରଣ ଓ ସରକାରୀ ଚାକିରି
- ଫ୍ରାନ୍ସରେ ବ୍ୟାପକ ବିକ୍ଷୋଭ ପ୍ରଦର୍ଶନକାରୀ ଓ ଛାତ୍ରଙ୍କ ଆନ୍ଦୋଳନ ସମୟରେ ହିଂସା ସହ ପୋଡ଼ାଜଳା
- Stampede at Durga Puja pandal:ଦୁର୍ଗାପୂଜାରେ ଦଳାଚକଟା; ୧୭ ମୃତ, ୪୦ଆହତ
- ଗର୍ଭବତୀ ସାମ୍ବାଦିକାଙ୍କୁ ଧକ୍କା ମାମଲା: ତେଜିଲା ରାହୁଲ ଗାନ୍ଧୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି
- ଅନ୍ତର୍ଜାତୀୟ ବଡି ବିଲଡର ଜନ୍ମେଜୟ ମହାନ୍ତିଙ୍କ ପରଲୋକ
- ବର୍ଷା ଯୋଗୁଁ ପଞ୍ଚମ ଟି-୨୦ ବାତିଲ: ୨-୨ ରେ ବରାବର ରହିଲା ଭାରତ-ୱେଷ୍ଟଇଣ୍ଡିଜ ସିରିଜ୍

Comments are closed.