ଛେଣ୍ଡିପଦା : ପୁଣି ନିଜ ଗୀତକୁ ନେଇ ବିବାଦରେ ଫସିଛନ୍ତି ଓଲିଉଡ୍ କଣ୍ଠଶିଳ୍ପୀ ହ୍ୟୁମାନ ସାଗର । ଝିଅ ନୁହେଁ ତୁ କରୋନା ଭାଇରସ୍ ଗୀତ ଗାଇ ବିବାଦୀୟ ହୋଇଥିବା ହ୍ୟୁମାନ ଏବେ ଗାଇଛନ୍ତି ଛେଣ୍ଡିପଦା ରାଣୀ ଗୀତ । ଯାହାକୁ ନେଇ ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଅଞ୍ଚଳରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି ।

ଛେଣ୍ଡିପଦା ଥାନାରେ ହ୍ୟୁମାନ ସାଗରଙ୍କ ନାଁରେ ମାମଲା ଦାୟର ହୋଇଛି । ଏତଲା ଦେଇଛି ଛେଣ୍ଡିପଦା ଯୁବ ମଞ୍ଚ । ଅଭିଯୋଗ ହୋଇଛି ଗୀତରେ ଛେଣ୍ଡିପଦା ନାରୀ ସମାଜର ଅପପ୍ରଚାର କରାଯାଇଛି । ହ୍ୟୁମାନ ସାଗରଙ୍କ ସମେତ ଛେଣ୍ଡିପଦା ରାଣୀ ଗୀତକୁ ପ୍ରସ୍ତୁତ କରିଥିବା ପ୍ରଯୋଜନା ସଂସ୍ଥା, ସଂଗୀତ ନିର୍ଦ୍ଦେଶକ, ଗୀତିକାରଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି ହୋଇଛି ।

ଗିରଫ ଦାବି କରିଛି ଛେଣ୍ଡିପଦା ଯୁବ ମଞ୍ଚ । କାର୍ଯ୍ୟାନୁଷ୍ଠାନ ନହେଲେ ଆଗାମୀ ଦିନରେ ସ୍ଥାନୀୟ ଅଞ୍ଚଳବାସୀ ରାଜରାସ୍ତାକୁ ଓହ୍ଲାଇବେ ବୋଲି ଚେତେଇ ଦେଇଛି ଯୁବ ମଞ୍ଚ ।
BREAKING NEWS
- Physical Education: ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା
- Brain behind Iran’s ‘Mosaic Defence’: କେମିତି ଇସ୍ରାଏଲ-ଆମେରିକା ଆଗରେ ଏପର୍ଯ୍ୟନ୍ତ ଦୃଢ଼ ଭାବେ ଛିଡ଼ା ହୋଇଛି ଇରାନ? ପଛରେ ଅଛି ଏହି ବ୍ୟକ୍ତିଙ୍କ ମାଷ୍ଟରମାଇଣ୍ଡ…
- ରାଜ୍ୟରେ ସ୍ଥାପନ ହେବ ୫୧୮୨ ମୋବାଇଲ୍ ଟାୱାର, ଉପକୃତ ହେବ ଏତିକି ଗାଁ..
- କୋହଲି, ରୋହିତଙ୍କ ପାଇଁ ବାୟା ହେଉଛନ୍ତି ବିଦେଶୀ ବୋର୍ଡ
- Is Neena Gupta Pregnant?: ୬୬ ବର୍ଷ ବୟସରେ କ’ଣ ସତରେ ମା’ ହେବାକୁ ଯାଉଛନ୍ତି ନୀନା ଗୁପ୍ତା? ଏମିତି କହିଦେଲେ… ଫ୍ୟାନ୍ସ ବି ଆଚମ୍ବିତ!
- Loot: ବନ୍ଧୁକ ଦେଖାଇ ମାରପିଟ୍ କରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ଠାରୁ ଲୁଟ୍
- ଶୁବଶୀଘ୍ର ଅଗ୍ନିଶମ ସେବା କ୍ଷେତ୍ରରେ ନିଯୁକ୍ତି ପାଇବେ ମହିଳା…
- ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ପୋଲିସ ASI
- LPG cylinder shortage: ଏଲପିଜି ନିଅଣ୍ଟ ନେଇ କଂଗ୍ରେସର ପ୍ରତିବାଦ, ବିଜେପି ମୁଖ୍ୟାଳୟକୁ ନେଇଗଲା ମାଟି ଚୁଲି
- ବେଆଇନ ବାଲି ଚୋରାଚାଲାଣ ଉପରେ ଲାଗିବ ଅଙ୍କୁଶ, ବାଲିଘାଟ ଜଗିବେ ଓଡ଼ିଶା ଶିଳ୍ପ ସୁରକ୍ଷା ବଳ
Comments are closed.