ପୁରୀ: ଦିବଂଗତ ବିଧାୟକ ପ୍ରଦୀପ ମହାରଥୀଙ୍କ ଅନ୍ତ୍ୟେଷ୍ଟିରେ ଯୋଗ ଦେଇ କୋଭିଡ୍ ନିୟମର ଉଲ୍ଲଂଘନ କରିଥିବା ଅଭିଯୋଗରେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଓ ସତ୍ୟବାଦୀ ବିଧାୟକ ଉମା ସାମନ୍ତରାୟଙ୍କ ନାଁରେ ପୁରୀ ଏସଡିଜେଏମ୍ କୋର୍ଟରେ ମାମଲା ଦାୟର ହୋଇଛି । ଦୁଇ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି କୋର୍ଟଙ୍କ ଦ୍ୱାରସ୍ଥ ହୋଇଛି ଜଗନ୍ନାଥ ସେନା । ଏସଡିଜେଏମ୍ କୋର୍ଟରେ ମାମଲା ଦାୟର ହୋଇଛି ।

ମନ୍ତ୍ରୀ ଓ ବିଧାୟକ କରୋନା ପଜିଟିଭ ଥାଇ ମହାରଥୀଙ୍କ ଶେଷକୃତ୍ୟରେ ସାମିଲ ହୋଇ କୋଭିଡ୍ ନିୟମର ଉଲ୍ଲଂଘନ କରିଥିବା ଅଭିଯୋଗରେ ପୂର୍ବରୁ ଜଗନ୍ନାଥ ସେନା ପୁରୀ ସମୁଦ୍ର କୂଳ ଥାନାରେ ଏତଲା ଦେଇଥିଲା । ଏହାପରେ ପୁରୀ ପୋଲିସ ବିଧାୟକ ଉମା ସାମନ୍ତରାୟଙ୍କ ବିରୋଧରେ ରୁଜୁ କରିଥିଲା ମାମଲା ।

ଗତ ୪ ତାରିଖ ଦିନ ପୁରୀ ସ୍ୱର୍ଗଦ୍ୱାରରେ ପ୍ରଦୀପ ମହାରଥୀଙ୍କ ଅନ୍ତିମ ସଂସ୍କାର ହୋଇଥିଲା । ଜଗନ୍ନାଥ ସେନା ଅଭିଯୋଗ କରିଥିଲା କରୋନା ସଂକ୍ରମିତ ଥାଇ ଶହ ଶହ ଲୋକଙ୍କ ଗହଣରେ ମନ୍ତ୍ରୀ ସମୀର ଦାଶ ଓ ବିଧାୟକ ଉମା ସାମନ୍ତରାୟ ସାମିଲ ହୋଇଥିଲେ । ପ୍ରଦୀପ ମହାରଥୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ଜଗନ୍ନାଥ ସେବା ସହ ପୁରୀ ଜିଲ୍ଲା ଯୁବ ବିଜେପି ପକ୍ଷରୁ ମଧ୍ୟ ମନ୍ତ୍ରୀ ଓ ବିଧାୟକଙ୍କ ନାଁରେ ଏତଲା ଦିଆଯାଇଥିଲା ।
BREAKING NEWS
- ଟିମ୍ ଇଣ୍ଡିଆକୁ ବଡ଼ ଝଟ୍କା, ଆହତ ହୋଇ ଦଳରୁ ବାହାରିଲେ ପ୍ରସିଦ୍ଧ କୃଷ୍ଣା
- ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
- HALରେ ୨ୟ ‘ଶକ୍ତି ଇଞ୍ଜିନ୍ ମାନୁଫାକ୍ଚରିଙ୍ଗ୍ ଲାଇନ୍’ର ଉଦ୍ଘାଟନ କଲେ ରାଜନାଥ ସିଂହ
- ପାକିସ୍ତାନ ଗୁପ୍ତଚର ମାମଲାରେ ଆନ୍ଧ୍ର ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: ୧୩ ନୌସେନା କର୍ମଚାରୀଙ୍କ ସମେତ ୧୮ ଜଣ ସନ୍ଦିଗ୍ଧ ଓ ୨ ଗିରଫ
- କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି, ସମ୍ବଲପୁରରେ ୪ ଅଣ୍ଡରପାସ୍ ସହ ଫ୍ଲାଇଓଭର ଦାବି
- ଦୁର୍ଗା ପୂଜା ପୂର୍ବରୁ କୁଖ୍ୟାତ ଅପରାଧୀ ଘର ଉପରେ ବୁଲିଲା ବୁଲ୍ଡୋଜର
- ରାହୁଲ ଗାନ୍ଧୀଙ୍କୁ ରିଲଞ୍ଚ କରିବା ପାଇଁ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ବିରୋଧୀ, ଇଣ୍ଡିଆ ମେଣ୍ଟ ଉପରେ ବର୍ଷିଲେ ସମ୍ବିତ
- ପୀତବାସ ପଣ୍ଡା ହତ୍ୟା ମାମଲା: ସାକ୍ଷୀଙ୍କୁ ଧମକାଇବା ଅଭିଯୋଗ, ଥାନାରେ ହାଜର ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା
- ଅଧିକ ସୁରକ୍ଷିତ ଓ ସୁଦୃଢ଼ ଭିତ୍ତିଭୂମି ନିର୍ମାଣ ପାଇଁ ଅଗ୍ନି ପ୍ରତିରୋଧୀ ଷ୍ଟ୍ରକ୍ଚରାଲ୍ ଷ୍ଟିଲ୍ ବିକଶିତ କଲା ଟାଟା ଷ୍ଟିଲ୍
- ସୌମ୍ୟରଞ୍ଜନ ହତ୍ୟା ମାମଲା: DGP କହିଲେ, ସମ୍ପୂର୍ଣ୍ଣ ସତ୍ୟ ସାମ୍ନାକୁ ଆସିବା ପର୍ଯ୍ୟନ୍ତ ଜାରି ରହିବ ତଦନ୍ତ

Comments are closed.