Latest Odisha News

BREAKING NEWS

୪ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ ଆୟତ୍ତକୁ ଆସିଲା ଚୌଧୁରୀ ବଜାର ନିଆଁ

କଟକ: ପ୍ରାୟ ୪ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ ଆୟତ୍ତକୁ ଆସିଲା ଚୌଧୁରୀ ବଜାର ନିଆଁ । ନିଆଁକୁ ଆୟତ୍ତ କରିଛନ୍ତି ଅଗ୍ନିଶମ ବାହିନୀ । ନିଆଁକୁ ଆୟତ୍ତ କରିବା କାମରେ ୯ଟି ଅଗ୍ନିଶମ ଟିମ ଅକ୍ଲାନ୍ତ ପରିଶ୍ରମ କରିଥିଲେ । ଆଜି ସକାଳୁ ସକାଳୁ କଟକ ଚୌଧୁରୀ ବଜାର ସ୍ଥିତ ଏକ ଡ୍ରେସ ଦୋକାନରେ ଭୟଙ୍କର ନିଆଁ ଲାଗିଥିଲା । ଅଗ୍ନିକାଣ୍ଡରେ ବ୍ୟାପକ କ୍ଷୟ କ୍ଷତି ହୋଇଥିବା ସୂଚନା ରହିଛି ।

ସୂଚନା ଅନୁସାରେ, ଆଜି ସକାଳେ କଟକ ଚୌଧୁରୀ ବଜାର ସ୍ଥିତ ଏକ ବିଲ୍ଡିଂର ଗ୍ରାଉଣ୍ଡ ଫ୍ଲୋରରେ ଥିବା ଲୁଗା ଦୋକାନରେ ନିଆଁ ଲାଗିଯାଇଥିଲା । କେହି କିଛି ଜାଣିବା ପୂର୍ବରୁ ଦୋକାନ ସାରା ନିଆଁ ବ୍ୟାପିଯାଇଥିଲା । ପରେ ନିଆଁ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ମହଲାକୁ ବ୍ୟାପି ଯାଇଥିଲା । ନିଆଁ ବ୍ୟାପିବା ପୂର୍ବରୁ ଉପରେ ରହୁଥିବା ଲୋକଙ୍କୁ ଉଦ୍ଧାର କରାଯାଇଥିଲା । ଅନ୍ୟ ବିଲ୍ଡିଂକୁ ଯେପରି ନିଆଁ ନ ବ୍ୟାପିବ ସେନେଇ ଅଗ୍ନିଶମ ବାହିନୀ ଉଦ୍ୟମ ଜାରି ରଖିଥିଲା । ପରିଶେଷରେ ୪ଘଣ୍ଟାର କଠିନ ପରିଶ୍ରମ ପରେ ନିଆଁକୁ ଆୟତ୍ତ କରିଛି ଅଗ୍ନିଶମ ବାହିନୀ । ନିଆଁରେ ଲାଗି ଦୋକାନରେ ଥିବା ଜିନିଷ ପତ୍ର ସବୁ ଜଳିପୋଡ଼ି ପାଉଁଶ ହୋଇଯାଇଥିବା ଜଣାପଡ଼ିଛି । ତେବେ କିପରି ନିଆଁ ଲାଗିଲା ତାର କାରଣ ଜଣାପଡ଼ି ନାହିଁ । ସର୍ଟ ସର୍କିଟରୁ ନିଆଁ ଲାଗିଲା ଆଉ କିଛି କାରଣ ଅଛି ତାହା ଜଣାପଡ଼ିନାହିଁ ।

Leave A Reply

Your email address will not be published.