ମୁମ୍ବାଇ: ମୁମ୍ବାଇ ସ୍ଥିତ ଜିଏସ୍ଟି ଭବନରେ ଆଜି ଅପରାହ୍ନରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ମୁମ୍ବାଇର ଭାୟଖଲା ଅନ୍ତର୍ଗତ ମହାରାଣା ପ୍ରତାପ ଚୌକ ଠାରେ ଥିବା ଜିଏସ୍ଟି ଭବନର ୮ମ ମହଲାରେ ନିଆଁ ଲାଗିଛି । ଫଳରେ ଅନେକ ଲୋକେ କୋଠାରେ ଫଶି ରହିଥିବା ଅଶଙ୍କା କରାଯାଉଛି । ଏଥିସହ ନିଆଁ ଲାଗିବା ଯୋଗୁଁ ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜ ପତ୍ର ପୋଡି ପାଉଁଶ ହୋଇଯାଇଥିବା ଜଣାପଡିଛି । ଘଟଣାସ୍ଥଳରେ ୮ଟି ଦମକଳ ଗାଡି ଓ ୱାଟର ଟାଙ୍କର ପହଂଚି ନିଆଁକୁ ଆୟତ କରୁଛନ୍ତି । ସେଠାରେ କୋଠାରେ ଫଶି ରହିଥିବା ଲୋକଙ୍କୁ ଉଦ୍ଧାର କରିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ତେବେ ଏଥିରେ କେହି ମୃତାହତ ହୋଇନଥିବା ଜଣାପଡିଛି । ସର୍ଟସର୍କିଟ୍ ଯୋଗୁଁ ଏହି ନିଆଁ ଲାଗିଥିବା ସୂଚନା ମିଳିଛି ।
BREAKING NEWS
- ୩୩ ଜଣ ମାଓବାଦୀ ଆତ୍ମସମର୍ପଣ, ମାଓ ଡମ୍ପରୁ ୭କିଲୋ ସୁନା ସହ ୧୪ କୋଟିରୁ ଊର୍ଦ୍ଧ୍ବ…
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
- ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…
- ଅବସର କେବେ ନେବେ କହିଲେ ସାମୀ
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
- ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
Comments are closed.