Latest Odisha News

BREAKING NEWS

କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ: ୫ କରୋନା ଆକ୍ରାନ୍ତ ମୃତ

ରାଜକୋଟ: ଗତକାଲି ବିଳମ୍ବିତ ରାତିରେ ଗୁଜରାଟର ରାଜକୋଟରେ ଥିବା ଏକ କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି । ଏଥିରେ ପ୍ରାୟ ୫ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି ।

ପ୍ରାପ୍ତ ସୂଚନାନୁଯାୟୀ, ରାଜକୋଟ ସ୍ଥିତ ଉଦୟ ଶିବାନନ୍ଦ ହସ୍ପିଟାଲର ଆଇସିୟୁ ୟୁନିଟ୍ରେ ଶୁକ୍ରବାର ବିଳମ୍ବିତ ରାତିରେ ନିଆଁ ଲାଗିଯାଇଥିଲା । ଆଇସିୟୁରେ ପାଖାପାଖି ୧୧ ଜଣ ରହିଥିବା ବେଳେ ସେମାନଙ୍କ ମଧ୍ୟରୁ ୫ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

ଏହି ଅଗ୍ନିକାଣ୍ଡ ସର୍ଟ ସର୍କିଟ୍ ଯୋଗୁଁ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ହସ୍ପିଟାଲରେ ଅଗ୍ନିକାଣ୍ଡ ପରେ ମ୍ୟୁନିସିପାଲିଟି କମିଶନରଙ୍କ ସୂଚନା ଅନୁସାରେ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀ ମୁଖ୍ୟମନ୍ତ୍ରୀ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

Leave A Reply

Your email address will not be published.