Latest Odisha News

BREAKING NEWS

ଚନ୍ଦ୍ରଶେଖରପୁର ସ୍ଥିତ ପୁରୁଣା ଓମଫେଡ୍ ପ୍ଲାଣ୍ଟରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ

ଭୁବନେଶ୍ବର: ଆଜି (ବୁଧବାର) ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଅଞ୍ଚଳରେ ଥିବା ପୁରୁଣା ଓମଫେଡ୍ ପ୍ଲାଣ୍ଟରେ ଅଗ୍ନିକାଣ୍ଡ । ଖବରପାଇ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି ଅଗ୍ନିଶମ ବାହିନୀ । ଏହି ଅଗ୍ନିକାଣ୍ଡରେ କେହି ମୃତାହତ ହୋଇନଥିବା ଜଣାପଡିଛି ।

ଆଜି ଅପରାହ୍ନରେ ଓମଫେଡ୍ ପ୍ଲାଣ୍ଟରେ ନିଆଁ ଲାଗିବା ପରେ ସମଗ୍ର ଅଞ୍ଚଳ ପୁରା ଧୁଆଁମୟ ହୋଇଯାଇଥିଲା । ଏହା ଦେଖି ସ୍ଥାନୀୟ ଲୋକେ ଭୟଭୀତ ହୋଇଯାଇଥିଲେ । ଖବରପାଇ ଅଗ୍ନିଶମ ବାହିନୀ ପହଞ୍ଚି ଦୀର୍ଘ ସମୟର କସରତ ପରେ ନିଆଁ ଲିଭାଇବାରେ ସକ୍ଷମ ହୋଇଥିଲେ ।

ତେବେ ଏହି ଅଗ୍ନିକାଣ୍ଡରେ କେହି ମୃତାହତ ହୋଇନଥିବା ବେଳେ, କେଉଁ କାରଣରୁ ପ୍ଲାଣ୍ଟରେ ନିଆଁ ଲାଗିଲା ତାହା ବର୍ତ୍ତମାନ ସୁଦ୍ଧା ଜଣାପଡିନାହିଁ । ତଦନ୍ତ ପରେ ଏହାର କାରଣ ସ୍ପଷ୍ଟ ହେବ ।

ଗତ ରବିବାର ସକାଳେ ମଧ୍ୟ ଭୁବନେଶ୍ୱରର ଏକ ସିଫୁଡ ଫାର୍ମ ଅଫିସରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିଲା । ଯେଉଁଥିରେ ଲକ୍ଷାଧିକ ଟଙ୍କାର କ୍ଷୟକ୍ଷତି ହୋଇଥିବା ଜଣାପଡିଛି ।

Comments are closed.