Latest Odisha News

BREAKING NEWS

ଏଣିକି କ୍ଷେତ୍ରୀୟ କର୍ମଚାରୀ ଦେଇ ପାରିବେ ଅଗ୍ନି ନିରାପତ୍ତା ପ୍ରମାଣପତ୍ର

ଭୁବନେଶ୍ବର: ଅଗ୍ନି ନିରାପତ୍ତା ପ୍ରମାଣ ପତ୍ର ପାଇଁ ଏଣିକି ଆଉ ନିର୍ଦ୍ଦେଶାଳୟକୁ ଆସିବାକୁ ପଡ଼ିବନି । ବିଭାଗୀୟ କ୍ଷେତ୍ରୀୟ କର୍ମଚାରୀ ମାନେ ଏଥିପାଇଁ ଆବଶ୍ୟକ ଅନୁମୋଦନ ଓ ପ୍ରମାଣ ପତ୍ର ଦେଇ ପାରିବେ।

ମିଳିଥିବା ସୂଚନା ଅନୁସାରେ ବିଭିନ୍ନ ବାସଗୃହ ଓ ବଡ଼ କୋଠା ପାଇଁ ଅଗ୍ନି ସୁରକ୍ଷା ପ୍ରମାଣ ପତ୍ରର ଆବଶ୍ୟକ ପଡିଥାଏ । ଅଗ୍ନି ସୁରକ୍ଷା କ୍ଷେତ୍ରରେ ଅଧିକ ସଚେତନତା ଓ ସୁରକ୍ଷିତ ବ୍ୟବସ୍ଥା ପାଇଁ ବିଭିନ୍ନ ଅନୁମୋଦନ ଓ ପ୍ରମାଣପତ୍ର ପ୍ରଦାନ ଅଧିକାର କ୍ଷେତ୍ରୀୟ କର୍ମଚାରୀମାନଙ୍କୁ ପ୍ରଦାନ କରାଯାଇଛି । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଘୋଷଣା କରାଯାଇଛି ।

ରାଜ୍ୟ ସରକାରଙ୍କ ୫ଟି ନୀତି ଅନୁଯାୟୀ ମଧ୍ୟ ଏହି ପ୍ରକ୍ରିୟାକୁ ଅଧିକ ସରଳ ଓ ସମୟ ଉପଯୋଗୀ କରାଯାଇଛି । ଏହି ନିଷ୍ପତ୍ତି ଦ୍ୱାରା ଦୈନନ୍ଦିନ ଚଳଣି ଓ ବ୍ୟବସାୟରେ ଅଧିକ ସରଳତା ଆସିପାରିବ ବୋଲି ଆଶା କରାଯାଉଛି ।

ନୂଆ ନିୟମ ଅନୁଯାୟୀ କ୍ଷେତ୍ରୀୟ କର୍ମଚାରୀମାନେ ଆବଶ୍ୟକ ପ୍ରକ୍ରିୟା ଅନୁସରଣ କରି ଆବେଦନ ଗ୍ରହଣ କରିପାରିବେ । ଆବେଦନ ଗ୍ରହଣ କରିବାର ୧୮ ଦିନ ମଧ୍ୟରେ ପ୍ରମାଣ ପତ୍ର ପ୍ରଦାନ କରାଯିବ । ପ୍ରମାଣ ପତ୍ରର ଅବଧି ୨ ବର୍ଷ ପର୍ଯ୍ୟନ୍ତ ବଳବତ୍ତର ରହିବ ଏବଂ ଆବାସିକ କୋଠାବାଡି କ୍ଷେତ୍ରରେ ୫ ବର୍ଷ ପର୍ଯ୍ୟନ୍ତ ବଳବତ୍ତର ରହିବ ବୋଲି ସୂଚନା ମିଳିଛି ।

ଆସନ୍ତା ୨୦୨୦ ଏପ୍ରିଲ ପହିଲା ସୁଦ୍ଧା ଅଗ୍ନିପରୀକ୍ଷା ଅନୁମୋଦନ ଓ ପ୍ରମାଣ ପତ୍ର ପ୍ରଦାନର ସଂପୂର୍ଣ୍ଣ ବ୍ୟବସ୍ଥା ଅନଲାଇନ୍ ଜରିଆରେ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବା ଜଣାପଡିଛି ।

Leave A Reply

Your email address will not be published.