Latest Odisha News

BREAKING NEWS

ରାଜ୍ୟରେ ଆଉ ୫ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ୫ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି । ଏନେଇ ଆଇଏଲଏସ୍ ପକ୍ଷରୁ ସୂଚନା ଦିଆଯାଇଛି ।

ପୂର୍ବରୁ ୯ଜଣ ଆକ୍ରାନ୍ତ ରାଜ୍ୟରେ ଚିହ୍ନଟ ହୋଇଥିଲେ । ଗତ ୨୧ତାରିଖରେ ରାଜ୍ୟରେ ପ୍ରଥମ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ନାଇଜେରିଆ ଓ କତାର ଫେରନ୍ତା ଦୁଇ ବ୍ୟକ୍ତି ଓମିକ୍ରନରେ ଆକ୍ରାନ୍ତ ହୋଇଥିଲେ । ଜଣେ ଓମିକ୍ରନ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ୫ଜଣ ଓମିକ୍ରନ ଆକ୍ରାନ୍ତ କେଉଁଠୁ ଫେରିଥିଲେ ଏବଂ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା କିପରି ଅଛି ସେନେଇ କିଛି ସୂଚନା ମିଳିପାରିନାହିଁ ।

Leave A Reply

Your email address will not be published.