କଟକ: ଜେଲ ଭିତରେ ଟେନସନ ବଢ଼ାଇଛନ୍ତି HIV ସଂକ୍ରମିତ। ଝାରପଡା ଜେଲ୍ ପରେ ଏବେ ଚୌଦ୍ୱାର ମଣ୍ଡଳ କାରାଗାରରେ ଏଡ଼ସ୍ ଆକ୍ରାନ୍ତ ଚିହ୍ନଟ। ୫ ଜଣ କଏଦୀ ଏଚଆଇଭି ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୨ ଜଣ ସଜ୍ଜା କାଟୁଥିବା ବେଳେ ୩ ଜଣ ବିଚାରାଧୀନ କଏଦୀ ବୋଲି ଜଣାପଡିଛି। ପୂର୍ବରୁ ଝାରପଡ଼ା ଜେଲ୍ରେ ୮ ଜଣ ଏକଦୀ ଏଚ୍ଆଇଭି ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।
ସୂଚନା ଅନୁଯାୟୀ, ଚୌଦ୍ୱାର ମଣ୍ଡଳ କାରାଗାରରେ ଚିହ୍ନଟ ହୋଇଥିବା ଏଚ୍ଆଇଭି ଆକ୍ରାନ୍ତ କଏଦୀମାନଙ୍କୁଜେଲ୍ ଭିତରେ ଥିବା ସ୍ବତନ୍ତ୍ର ୱାର୍ଡରେ ରଖାଯାଇଛି। ସେଠାରେ ତାଭ୍କୁ ଚିକିତ୍ସା ଯୋଗାଇ ଦିଆଯାଉଛି । ଜେଲ୍ରେ ଥିବା ଜଣେ ଡ଼ାକ୍ତର ଓ ଦୁଇ ଜଣ ଫାର୍ମାସିଷ୍ଟ ସେମାନେ ରୀତିମତ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ କରୁଛନ୍ତି। ଜେଲ୍ ସୁପରିଟେଣ୍ଡେଣ୍ଟ ସୁଜିତ୍ ରାଉଳ କହିଛନ୍ତି ଯେ, ଯେଉଁମାନେ ବିଭିନ୍ନ ମାମଲାରେ ଜେଲ୍କୁ ଆସିଥାନ୍ତି, ପ୍ରଥମେ ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଭିନ୍ନ ପ୍ରକାରର ପରୀକ୍ଷା କରାଯାଇଥାଏ। କଏଦୀଙ୍କ ରୋଗ ଚିହ୍ନଟ ପରେ ବିଭିନ୍ନ ୱାର୍ଡକୁ ପଠାଯାଇଥାଏ ।
ଭୁବନେଶ୍ବର ଝାରପଡ଼ା ଜେଲରେ କିଛିଦିନ ତଳେ ମହିଳା ଥାନା ଦ୍ୱାରା ଦୁଷ୍କର୍ମ ଅଭିଯୋଗରେ କୋର୍ଟଚାଲାଣ ହୋଇଥିବା ଅଭିଯୁକ୍ତ HIV ଆକ୍ରାନ୍ତ ବୋଲି ଜଣାପଡିଛି। ସୂଚନା ଅନୁଯାୟୀ, ନିକଟରେ ଏକ ପୋକ୍ସୋ ମାମଲାରେ ଗିରଫ ହୋଇ ଜେଲକୁ ଆସିଥିବା ଜଣେ ଅଭିଯୁକ୍ତଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ସମୟରେ ସେ HIV ପଜିଟିଭ ଥିବା ଜଣାପଡ଼ିଥିଲା । ଏହାପରେ ଜେଲରେ ଥିବା ଅନ୍ୟାନ୍ୟ କଏଦୀଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ଏବଂ ଆବଶ୍ୟକ ଚିକିତ୍ସା ବ୍ୟବସ୍ଥାକୁ ନେଇ ପ୍ରଶାସନ ସକ୍ରିୟ ହୋଇଛି ।
Comments are closed.