Latest Odisha News

BREAKING NEWS

ରାଜ୍ୟ କ୍ୟାବିନେଟ୍ ବୈଠକରେ ୫ ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ୍ ବୈଠକରେ ୫ଟି ପ୍ରସ୍ତାବକୁ ଅନୁମୋଦନ । ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ଯୋଜନାକୁ କ୍ୟାବିନେଟ୍ ରେ ଅନୁମୋଦନ ହୋଇଛି । ୩୫୨୯ ଆଡ଼ିବନ୍ଧ ପୁନରୁଦ୍ଧାର କରାଯିବ । ଏଥିପାଇଁ ଖର୍ଚ୍ଚ ହେବ ୨୭୩୮ କୋଟି ଟଙ୍କା । ୨୦୨୫-୨୦୨୬ ରୁ ୨୦୨୯-୩୦ ମଧ୍ୟରେ କାମ ଶେଷ ହେବ । ୫୭ ହଜାର ୫୨୫ ହେକ୍ଟର ଜମିକୁ ମିଳିବ ଜଳସେଚନ ସୁବିଧା ହେବ ।୪୧ ହଜାର ୭୨୫ ହେକ୍ଟର ଜମିକୁ ପୁନଃ ବ୍ୟବସ୍ଥା କରାଯିବ ।

ଓଡିଶା ଖାଦ୍ୟ ପ୍ରକ୍ରିୟାକରଣ ନୀତିରେ ସଂଶୋଧନକୁ ଅନୁମୋଦନ ହୋଇଛି । ଓଡ଼ିଶା ଦ୍ରବ୍ୟ ଓ ସେବା କର ଅଧିନିୟମରେ ସଂଶୋଧନ କରାଯାଇଛି । ୧ କୋଟି ପର୍ଯ୍ୟନ୍ତ ପ୍ରକଳ୍ପର ଇନିସିଏଟିଭ ପାଇଁ ଜିଲ୍ଲା ପ୍ରଶାସନ ଅନୁମତି ଦେଇପାରିବେ । ୧ କୋଟି ରୁ ୧୦ କୋଟି ପର୍ଯ୍ୟନ୍ତ ପ୍ରକଳ୍ପ ନିର୍ଦ୍ଦେଶକ ସ୍ତରରେ ଓ ୧୦ କୋଟି ରୁ ୫୦ କୋଟି ପ୍ରକଳ୍ପ ପାଇଁ ଏମଏସଏମଇ ସଚିବଙ୍କ ଅନୁମତି ଆବଶ୍ୟକ ପଡ଼ିବ । ଟ୍ୟାକ୍ସ ପେୟରଙ୍କୁ ଅଧିକ ସୁବିଧା ପାଇଁ ଉଦ୍ୟମ ।

ସେହିପରି, ଓଡ଼ିଶା ଲ’ ଅଫିସର୍ ନିୟମାବଳୀ ୧୯୭୧ ନିୟମକୁ ସଂଶୋଧନ କରାଯାଇଛି । ନିଯୁକ୍ତି ପାଇବେ ଲ’ ଅଫିସର୍ । ଯେଉଁ ଜିଲ୍ଲାରେ ଲ’ ଅଫିସର ନାହାନ୍ତି ସେଠାରେ ନିଯୁକ୍ତି କରାଯିବ । ଓଡ଼ିଶା ଜିଲ୍ଲା ଏବଂ ସିଭିଲ କୋର୍ଟର ନ୍ୟାୟିକ କର୍ମଚାରୀ ସେବା ନିୟମାବଳୀ, ୨୦୦୮ ର ସଂଶୋଧନ କରାଯାଇଛି । ରାଜ୍ୟରେ ପଡ଼ି ରହିଥିବା ମାମଲା ଗୁଡିକର ଭାର କମିବା ସହ ତ୍ୱରିତ ନ୍ୟାୟ ପ୍ରଦାନ କରାଯାଇ ପାରିବ । ଏନେଇ ପ୍ରେସମିଟ୍‌ରେ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ।

Comments are closed.