Latest Odisha News

BREAKING NEWS

ବିସ୍କୁଟ୍ ଲୋଭ ଦେଖାଇ ୫ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

ବାରିପଦା: ମୟୂରଭଞ୍ଜ ଜିଲ୍ଲା ବାରିପଦା ସହରରେ ଲଜ୍ଜା । ଜଣେ ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଦେବାର ଲୋଭ ଦେଖାଇ ପରେ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ ଅଭିଯୋଗ ହୋଇଛି । ଏହି ଘଟଣା ପରେ ଶିଶୁଟି ଗୁରୁତର ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ମେଡିକାଲରେ ଶିଶୁ କନ୍ୟାଟିର ଚିକିତ୍ସା ଚାଲିଛି ।

ତେବେ ଦୁଷ୍କର୍ମ କରିଥିବା ଅଭିଯୁକ୍ତ ହେଉଛି ୫ ବର୍ଷର ନାବାଳିକାର ପଡ଼ୋଶୀ ସମ୍ପର୍କୀୟ ଅଜା । ଘଟଣା ସମ୍ପର୍କରେ ଖବର ପାଇ ସଦର ଥାନା ପୋଲିସ ତୁରନ୍ତ ତଦନ୍ତ ଆରମ୍ଭ କରିଛି । ପୋଲିସ ଅଭିଯୁକ୍ତକୁ ଗିରଫ କରି ଅଧିକ ପଚରାଉଚରା ଜାରି ରଖିଛି । ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇବା ସହ ଅଭିଯୁକ୍ତ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ହେଉଛି ।

ଅଭିଯୋଗ ଅନୁଯାୟୀ, ଗତ ୧୫ ତାରିଖରେ ବାରିପଦା ସଦର ଥାନା ଅଞ୍ଚଳର ଏହି ନାବାଳିକା ତାଙ୍କ ଘର ସମ୍ମୁଖରେ ଖେଳୁଥିଲେ । ସେହି ସମୟରେ ଅଭିଯୁକ୍ତ ସମ୍ପର୍କୀୟ ଅଜା ନାବାଳିକାଙ୍କୁ ଜୋର ଜବରଦସ୍ତି ଘର ପଛପଟକୁ ନିଛାଟିଆ ଜାଗାକୁ ନେଇଯାଇଥିଲେ । ନାବାଳିକାଙ୍କୁ ଯୌନ ନିର୍ଯାତନା ଦେଇଥିଲେ । ଏହି ସମୟରେ ନାବାଳିକା ପାଟି କରି କାନ୍ଦିଥିଲେ । କାନ୍ଦ ଶୁଣି ପଡୋଶୀ ନାବାଳିକାଙ୍କୁ ଉଦ୍ଧାର କରିଥିଲେ ଓ ଘର ଲୋକଙ୍କୁ ସୂଚନା ଦେଇଥିଲେ । ପରେ ପୀଡ଼ିତାଙ୍କ ପରିବାର ବାରିପଦା ସଦର ଥାନାରେ ଲିଖିତ ଅଭିଯୋଗ କରିଥିଲେ ।

Comments are closed.