Latest Odisha News

BREAKING NEWS

ଭୁବନେଶ୍ୱରରୁ ଗଞ୍ଜାମ ରଙ୍ଗେଇଲୁଣ୍ଡାକୁ ଉଡ଼ାଣ ଭରିଲା ବିମାନ  

ଭୁବନେଶ୍ୱର : ଆଜି ରଙ୍ଗେଇଲୁଣ୍ଡା ଏୟାର ଷ୍ଟ୍ରିପ୍‌ରୁ ଉଡ଼ିଲା ବିମାନ । ଏଥିପାଇଁ ସରିଛି ସମସ୍ତ ପ୍ରସ୍ତୁତି । ଆଜି ପଞ୍ଚାୟତିରାଜ ଦିବସ ଅବସରରେ ଭୁବନେଶ୍ବର-ରଙ୍ଗେଇଲୁଣ୍ଡା-ଭୁବନେଶଜ୍ବର ବିମାନ ଉଡ଼ାଣକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭାରମ୍ଭ କରିବେ। ପ୍ରାଥମିକ ପର୍ଯ୍ୟାୟରେ ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପ୍‌ରୁ ୧୦ ସିଟ୍‌ ବିଶିଷ୍ଟ ବିମାନ ଉଡ଼ାଣ ହୋଇଛି ।

ସପ୍ତାହକୁ ଦୁଇ ଦିନ ଭୁବନେଶ୍ୱରକୁ ରଙ୍ଗେଇଲୁଣ୍ଡା ବିମାନ ଚଳାଚଳ କରିବ । ଲୋକଙ୍କ ଚାହିଦା ଓ ଆବଶ୍ୟକତାକୁ ଦୃଷ୍ଟିରେ ରଖି ପରବର୍ତ୍ତୀ ସମୟରେ ବିମାନ ଘାଟିର ଭୂତ୍ତିଭୂମି ବଢ଼ିବ । ପରେ ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟରେ ଅଧିକ ବିମାନ ଚଳାଚଳ ଓ ସିଟ୍‌ ସଂଖ୍ୟା ବୃଦ୍ଧି ନେଇ ନିଷ୍ପତ୍ତି ନିଆଯିବ ।

ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ। ଏହି ଅବସରରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଜାତି ଉଦ୍ଦେଶ୍ୟରେ ବିଜୁ ବାବୁଙ୍କ ଐତିହାସିକ ଡାକୋଟା ବିମାନକୁ ସମର୍ପଣ କରିଛନ୍ତି। ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରେ ଏହି ବିମାନକୁ ଆଜି ସର୍ବସାଧାରଣଙ୍କ ପାଇଁ, ଓଡ଼ିଆ ମାନଙ୍କ ପାଇଁ ଓ ସାରା ଦେଶ ବାସୀଙ୍କ ପାଇଁ ସମର୍ପିତ କରିଛନ୍ତି।

ସୂଚନା ଯୋଗ୍ୟ ଯେ ଏହି ବିମାନ କଲିକତା ବିମାନ ବନ୍ଦର ରେ ବର୍ଷ ବର୍ଷ ଧରି ପରିତ୍ୟକ୍ତ ଅବସ୍ଥାରେ ଥିଲା। ରାଜ୍ୟ ସରକାରଙ୍କ ଉଦ୍ୟମରେ ଏହାକୁ ଭୁବନେଶ୍ବର ବିମାନ ବନ୍ଦରକୁ ଅଣା ଯାଇ ମରାମତି କରାଯାଇ ସମ୍ପୂର୍ଣ୍ଣ ନୂଆ ରୂପରେ ପ୍ରଦର୍ଶନ କରାଯାଇଛି।ଏହି ବିମାନରେ ରହିଛି ବିଜୁ ବାବୁଙ୍କର, ଜଣେ ଅଦମ୍ୟ ସାହସୀ ଓଡ଼ିଆ ଯୁବକଙ୍କର ବିରତ୍ଵ ଓ ପରାକାଷ୍ଠା ର କାହାଣୀ। ଏହି ବିମାନରେ ବିଜୁ ବାବୁ, ତାଙ୍କ ପତ୍ନୀ ଜ୍ଞାନ ପଟ୍ଟନାୟକଙ୍କ ସହିତ ଇଣ୍ଡୋନେସିଆ ଯାଇ ସେଠାକାର ସ୍ଵାଧନତା ସଂଗ୍ରାମୀ ମାନଙ୍କୁ ଡଚ୍ ମାନଙ୍କ କବଳରୁ ମୁକ୍ତ କରି ଭାରତ ଆଣିଥିଲେ। ସେ କାହାଣୀ ଆଜି ବି ସମସ୍ତେ ଜାଣନ୍ତି । କିନ୍ତୁ ଆଜିଠାରୁ ସେହି ଐତିହାସିକ ଘଟଣାର ଜୀବନ୍ତ ସାକ୍ଷୀକୁ ଦେଖିବାର ସୁଯୋଗ ପାଇବେ ଓଡ଼ିଶା ବାସୀ, ଦେଶ ବାସୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର- ରଙ୍ଗେଇଲୁଣ୍ଡା non scheduled flightର ଶୁଭାରମ୍ଭ ମଧ୍ୟ କରିଛନ୍ତି।

 

Leave A Reply

Your email address will not be published.