Latest Odisha News

BREAKING NEWS

ବନ୍ୟା ପରିସ୍ଥିତି ଓ ଲଗାଣ ବର୍ଷା: ଆସନ୍ତାକାଲି ଭଦ୍ରକ ଜିଲ୍ଲାରେ ବନ୍ଦ ରହିବ ସମସ୍ତ ବିଦ୍ୟାଳୟ ଓ ଅଙ୍ଗନବାଡି

ଭଦ୍ରକ: ଭଦ୍ରକ ଜିଲ୍ଲାରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତି ଏବଂ ଲଗାତାର ବର୍ଷାକୁ ଦୃଷ୍ଟିରେ ରଖି ଅଗଷ୍ଟ ୧ ତାରିଖ ତଥା ଆସନ୍ତାକାଲି ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ସହ ସମସ୍ତ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି ।

ଭଦ୍ରକ ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଏହି ନିଷ୍ପତ୍ତି ହୋଇଛି । ତେବେ, ସମସ୍ତ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟିତ୍ରୀ ଏବଂ ଅଣଶିକ୍ଷକ କର୍ମଚାରୀମାନେ ଯେକୌଣସି ଜରୁରୀ ପରିସ୍ଥିତିର ମୁକାବିଲା ପାଇଁ ସଜାଗ ରହିବେ ଏବଂ ପ୍ରଶାସନର ଆବଶ୍ୟକତା ଅନୁଯାୟୀ ସେମାନେ ତୁରନ୍ତ ଦାୟିତ୍ୱ ପାଳନ କରିବେ ।

ସୂଚନାଯୋଗ୍ୟ, ଭଦ୍ରକ ଜିଲ୍ଲାରେ ଜାରି ରହିଥିବା ବନ୍ୟା ପରିସ୍ଥିତି ମଧ୍ୟରେ ପ୍ରଶାସନ ପକ୍ଷରୁ ଉଦ୍ଧାର, ରିଲିଫ୍ ଓ ପୁନର୍ବାସ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି । ଆଜି ସନ୍ଧ୍ୟା ଜିଲ୍ଲାର ୧୧୦ଟି ଗ୍ରାମ ପଞ୍ଚାୟତ ଓ ୨୬ଟି ୱାର୍ଡର ୪୨୩ଟି ଗ୍ରାମ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଛି । ୧ ଲକ୍ଷ ୭୬ ହଜାର ବିପନ୍ନ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି । ପ୍ରଭାବିତ ଅଞ୍ଚଳରେ ୨୮୬ଟି ସ୍ଥାନରେ ରନ୍ଧାଖାଦ୍ୟ ବିତରଣ କରାଯାଉଛି ।

Leave A Reply

Your email address will not be published.